Posted inରାଜ୍ୟ

୧ରେ ନବୀନ ନିବାସ ଘେରିବ କଂଗ୍ରେସ

ଭୁବନେଶ୍ୱର,୨୯।୨ (ସୁନିତ୍‌ ମିଶ୍ର): ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ଆସନ୍ତା ୧ ତାରିଖରେ ନବୀନ ନିବାସ ଘେରାଉ କରାଯିବ। ‘ନବୀନ ହଟାଅ, ଓଡ଼ିଶା ବଞ୍ଚାଅ’ କାର୍ଯ୍ୟକ୍ରମ ଜରିଆରେ ଏହି ଘେରାଉ କରାଯିବ ବୋଲି ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର କହିଛନ୍ତି। କଂଗ୍ରେସ ଭବନରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରଞ୍ଜିତ କହିଛନ୍ତି , ଦୀର୍ଘ ୨୪ ବର୍ଷର ବିଜେଡି ଶାସନରେ ଓଡ଼ିଶାର ଯୁବ ସମାଜ ଉପେକ୍ଷିତ, ଲୁଣ୍ଠିତ ଏବଂ ଅତ୍ୟାଚାରିତ। ଯୁବ ସମାଜର କର୍ମସଂସ୍ଥାନ ପାଇଁ ସରକାରର କୌଣସି ସ୍ବତନ୍ତ୍ର କିମ୍ବା ଉପଯୁକ୍ତ ଯୋଜନା ନାହିଁ। ବର୍ଷକୁ ୨ ଲକ୍ଷ ନିଯୁକ୍ତି ଦେବା ପାଇଁ ଶାସକ ଦଳ ପ୍ରତିଶ୍ରୁତି ଦେଇଥିଲା। ଏବେ ୧୦ ଲକ୍ଷ ବେକାର ଯୁବତୀଯୁବକ ନାମ ପଞ୍ଜୀକରଣ କରି ନିଯୁକ୍ତି ପାଇଁ ଚିତ୍କାର କରୁଛନ୍ତି। ନିର୍ବାଚନ ଆସିଲେ ରାଜ୍ୟ ସରକାର ଯୁବ ସମାଜକୁ ଭୁଆଁ ବୁଲାଇବାକୁ ନୂଆ ଯୋଜନା ଘୋଷଣା କରନ୍ତି। ୨୦୧୯ ନିର୍ବାଚନ ପୂର୍ବରୁ ‘ବିଜୁ ଯୁବବାହିନୀ’ ଘୋଷଣା ହେଲା। ରାଜ୍ୟ ରାଜକୋଷରୁ ୪୫୦ କୋଟି ଟଙ୍କା ବ୍ୟୟ କରି ଦଳୀୟ କର୍ମୀ ପୋଷିଲେ। ଏବେ ସେହି ‘ବିଜୁ ଯୁବବାହିନୀ’ ଯୋଜନା ଆଉ ନାହିଁ। ୨୦୨୪ ନିର୍ବାଚନରେ ଯୁବଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଯେଉଁ ‘ସ୍ବୟମ୍‌’ ଯୋଜନା ପ୍ରଣୟନ କରାଯାଇଛି ତାହା କେବଳ ଭୁଆଁ ବୁଲାଇବାକୁ ଉଦ୍ଦିଷ୍ଟ ବୋଲି ରଞ୍ଜିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri