କେନ୍ଦ୍ର ସରକାରଙ୍କ ନୀତି ବିରୋଧରେ କଂଗ୍ରେସର ବିକ୍ଷୋଭ

କେନ୍ଦୁଝର,୧୭ା୬(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ପ୍ରତିଶୋଧ ପରାୟଣ ସ୍ବରୂପ ଅଖିଳ ଭାରତୀୟ କଂଗ୍ରେସ କମିଟି କାର୍ଯ୍ୟାଳୟରେ ପଶି ପୋଲିସର ଅମାନୁଷିକ ଲାଠି ଚାଳନା ଓ ଆକ୍ରମଣ ସହ ୧୪୪ ଧାରା ଜାରି କରି କାର୍ଯ୍ୟାଳୟକୁ ଅଚଳ କରିବାର ହୀନ ପ୍ରଚେଷ୍ଟା,ରାହୁଲ ଗାନ୍ଧୀଙ୍କୁ ମିଥ୍ୟା ମୋକଦ୍ଦମାରେ ବାରମ୍ବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଜେରା କରିବା ପ୍ରତିବାଦରେ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଉକ୍ତ ଘଟଣାକୁ ନିନ୍ଦା କରିବା ସହ ଦଳକୁ ନିନ୍ଦିତ କରିବାର ଚକ୍ରାନ୍ତ ବିରୋଧରେ ଏଆଇସିସି ଆହ୍ବାନକ୍ରମେ କେନ୍ଦୁଝର ଜିଲା କଂଗ୍ରେସ କମିଟି ପକ୍ଷରୁ ସଭାପତି ବିପ୍ଳବ ମିଶ୍ରଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ, ମହିଳା, ଯୁବ ଓ ଛାତ୍ର କଂଗ୍ରେସ କର୍ମୀ ମୁଖ୍ୟ ଡାକଘର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ କରିଥିଲେ। କେନ୍ଦ୍ର ସରକାରଙ୍କ ଏହିପରି ହୀନ ଉଦ୍ୟମକୁ ଜନସାଧାରଣ ବରଦାସ୍ତ କରିବେ ନାହିଁ ଏବଂ ଠିକଣା ସମୟରେ ଜବାବ ଦିଆଯିବ ବୋଲି କଂଗ୍ରେସ ନେତାମାନେ କହିଥିଲେ। ଜିଲା ସଭାପତି ବିପ୍ଳବ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରତିବାଦ ସଭାରେ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପିସିସି ସମ୍ପାଦକ ସଂଗ୍ରାମ ଦାସ, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ସଙ୍ଗୀତା ସିଂହ, ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର, ଜିଲା ଛାତ୍ର କଂଗ୍ରେସ ସଭାପତି ଶୁଭମ ରାଜ, ଜିଲା କଂଗ୍ରେସ ଓବିସି ସେଲ୍‌ ସଭାପତି ଯଦୁମଣି ବାରିକ, ଜିଲା ସୋସିଆଲ ମିଡ଼ିଆ ସଂଯୋଜକ ସୁଢଳ କୁମାର ସେଠୀ, ସଦର ବ୍ଲକ ସଭାପତି ଉତ୍ତମ କୁମାର ସାହୁ, ଘଟଗାଁ ବ୍ଲକ ସଭାପତି ପ୍ରଭାକର ନାୟକ, ପାଟଣା ବ୍ଲକ ସଭାପତି ଶତ୍ରୁଘ୍ନ ସିଂହ, ସାହାରପଡ଼ା ବ୍ଲକ ସଭାପତି ମୁକୁନ୍ଦ ମହାନ୍ତ, ମିଡ଼ିଆ ସଂଯୋଜକ ଦିଲ୍ଲୀପ କୁମାର ସାହୁ,କଂଗ୍ରେସ ନେତା ରତ୍ନାକର ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri