ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ଭୁବନେଶ୍ୱରରେ ବେଆଇନ ଭାବେ ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧି କରାଯାଇଥିବା କଂଗ୍ରେସ ଅଭିଯୋଗ କରିଆସୁଛି। ଯଦି ସରକାର ଏହାକୁ ପ୍ରତ୍ୟାହାର ନ କରନ୍ତି, ତାହାହେଲେ ଆଗାମୀ ଦିନରେ ବିଏମ୍‌ସି ଅଫିସ ଘେରାଉ କରାଯିବ। ମଙ୍ଗଳବାର ଏହାର ପ୍ରତିବାଦରେ କଂଗ୍ରେସ ନେତା ରାଜୀବ ପଟ୍ଟନାୟକଙ୍କ ନେତୃତ୍ୱରେ ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।
ଏହି ଅବସରରେ ରାଜୀବ କହିଛନ୍ତି, ଭୁବନେଶ୍ୱର ବାସିନ୍ଦା ୨୨ ବର୍ଷ ଧରି ନବୀନ ସରକାରକୁ ସମର୍ଥନ କରୁଛନ୍ତି। ମାତ୍ର ପ୍ରତିବଦଳରେ ନବୀନବାବୁ ଭୁବନେଶ୍ୱର ବାସିନ୍ଦାଙ୍କ ତଣ୍ଟି ଚିପି ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ଆଦାୟ କରିବା ପାଇଁ ବ୍ୟବସ୍ଥା କରିଛନ୍ତି। ଏହା ପୂର୍ବ ଦେୟର ଦଶଗୁଣରୁ ଅଧିକ। ସ୍ଥଳବିଶେଷରେ ଏହା କୋଡ଼ିଏ ପଚିଶ ଗୁଣର ହୋଇଥିବା ମଧ୍ୟ ଦେଖାଯାଇଛି। ମହାନଗର ନିଗମ କର୍ତ୍ତୃପକ୍ଷ ଏହି ଦେୟର ଅର୍ଦ୍ଧେକ ବର୍ତ୍ତମାନ ଦେବା ପାଇଁ ମଧ୍ୟ କହୁଥିବା ଦେଖାଯାଉଛି। ଧାରା ୨୧୮ ଅନୁସାରେ ଗୋଟିଏ ମୂଲ୍ୟାୟନ ଟ୍ରିବ୍ୟୁନାଲ ଗଠନ ହେବା କଥା, ତାହା ହୋଇନାହିଁ। ଧାରା ୨୧୯ ଅନୁସାରେ ସବୁ ନାଗରିକଙ୍କୁ ନୋଟିସ ଜରିଆରେ ହିସାବ ଜଣାଇବା କଥା, ହେଲେ ତାହା ହୋଇନାହିଁ। ପ୍ରତ୍ୟେକ ଭାଲ୍ୟୁଏଶନର ଗୋଟିଏ ନିର୍ଦ୍ଦିଷ୍ଟ ସମୟସୀମା ଅଛି। ଧାରା ୨୨୩ ଅନୁସାରେ ତାହା ମଧ୍ୟ ସାଧାରଣ ନାଗରିକକୁ ଜଣାଇ ଦିଆଯିବା ଲାଗି ବ୍ୟବସ୍ଥା ରହିଛି। ସେହିପରି ଧାରା ୨୨୪ ଅନୁସାରେ କୌଣସି ବ୍ୟକ୍ତି ଏଥିରେ ସନ୍ତୁଷ୍ଟ ନ ଥିଲେ ଅଭିଯୋଗ କରିବାର ସୁଯୋଗ ରହିବା କଥା। ଏଣୁ ବିଏମ୍‌ସି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ଭୁବନେଶ୍ୱର ବାସିନ୍ଦାଙ୍କ ପ୍ରତି ହୋଇଥିବା ଅନ୍ୟାୟକୁ କଂଗ୍ରେସ ବରଦାସ୍ତ କରିବ ନାହିଁ ବୋଲି ସେ କହିଛନ୍ତି। ବୃଦ୍ଧି ଟିକସ ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ। ଏହି ପ୍ରସଙ୍ଗରେ ଆଗାମୀ ଦିନରେ ଭୁବନେଶ୍ୱରରେ ଷ୍ଟ୍ରିଟ୍‌ କର୍ନର ମିଟିଂ ଏବଂ ବିଏମ୍‌ସି ଅଫିସ୍‌ ଘେରାଉ କରାଯିବ ବୋଲି ରାଜୀବ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri