ରାହୁଲ ଗାନ୍ଧୀଙ୍କ ବିକୃତଚିତ୍ର ପ୍ରଦର୍ଶନ ବିରୋଧରେ କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର, ୭।୧୦(ସୁନିତ୍‌ ମିଶ୍ର): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ସଭାପତି ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଶୁକ୍ରବାର ମୋଦି ସରକାରଙ୍କ ଘୃଣା ଓ ହିଂସା ରାଜନୀତି ପ୍ରତିବାଦରେ ବିକ୍ଷୋଭ କରାଯାଇଛି। ଭାଜପା ଓ ମୋଦି ସରକାରଙ୍କ ପକ୍ଷରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଛବିକୁ ମଳିନ କରିବା ପାଇଁ ସାମାଜିକ ଗଣମାଧ୍ୟମରେ ଯେଉଁ ହୀନ ଉଦ୍ୟମ କରାଯାଇଛି ତାକୁ ଭୁବନେଶ୍ୱର ଜିଲା କଂଗ୍ରେସ ଦୃଢ଼ ନିନ୍ଦା କରିଛି। ରାହୁଲ ଗାନ୍ଧୀଙ୍କୁ ରାବଣ ରୂପେ ଚିତ୍ରଣ କରିବା ଘୃଣା, ହିଂସା ଓ ଈର୍ଷା ରାଜନୀତିର ଉଦାହରଣ ବୋଲି ବିଶ୍ୱଜିତ କହିଛନ୍ତି। ଭାରତକୁ ଯୋଡ଼ିବା, ଭାରତର ବିଭିନ୍ନ ଧର୍ମ, ବର୍ଣ୍ଣ, ଭାଷା, ଜାତି ଓ ଅଞ୍ଚଳର ଲୋକଙ୍କୁ ଭାରତୀୟତା ସମ୍ପର୍କରେ ଯୋଡ଼ି ରଖିବା ପାଇଁ ରାହୁଲ ଯେଉଁ ଭାରତ ଯୋଡ଼ୋ ଯାତ୍ରା କରିଥିଲେ ତାହା ଐତିହାସିକ ଏବଂ ଭାରତର ଏକତା ଓ ଅଖଣ୍ଡତା ପାଇଁ ଅଭିପ୍ରେତ। ରାହୁଲଙ୍କ ଜନପ୍ରିୟତା ଏବଂ ସାଧାରଣ ଲୋକଙ୍କୁ ଦେଉଥିବା ସ୍ନେହ, ଶ୍ରଦ୍ଧା ଓ ପ୍ରେମ ଉପରେ ଈର୍ଷାନ୍ବିତ ହୋଇ ଭାଜପା ପକ୍ଷରୁ ଏଭଳି ହୀନ ଉଦ୍ୟମ କରାଯାଇଥିବା ସେ କହିଛନ୍ତି। ଜିଲା କଂଗ୍ରେସ ପକ୍ଷରୁ କଂଗ୍ରେସ ଭବନଠାରୁ ଏକ ବିକ୍ଷୋଭ ଶୋଭାଯାତ୍ରା ମାଷ୍ଟର କ୍ୟାଣ୍ଟିନ ଛକ ପର୍ଯ୍ୟନ୍ତ ଯାଇଥିଲା। ସେଠାରେ ଦୀର୍ଘ ସମୟ ରାସ୍ତା ଅବରୋଧକରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ସହଯୋଗୀ ଅମିତ ଶାହା, ରାଜନାଥ ସିଂ, ନିର୍ମଳା ସୀତାରମନ, ସ୍ମୃତି ଇରାନୀ, ପ୍ରଜ୍ଞା ଠାକୁର, ସାକ୍ଷୀ ମହାରାଜ, ଅନୁରାଗ ଠାକୁର ପ୍ରମୁଖ ୧୦ ଜଣଙ୍କ ମୁଣ୍ଡର ଚିତ୍ର ସହ କୁଶପୁତ୍ତଳିକା ଦାହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri