ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ପ୍ରଥମେ ଛତ୍ରପୁରର ଅପର ବସଷ୍ଟାଣ୍ଡରେ ଥିବା ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶହ ଶହ କଂଗ୍ରେସ କର୍ମୀଙ୍କ ଏକ ଶୋଭାଯାତ୍ରା ଛତ୍ରପୁର ସହର ପରିକ୍ରମା କରିବା ପରେ ପୋଲିସ ପ୍ୟାରେଡ୍ ପଡିଆ ନିକଟରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହାପରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ପ୍ରଦର୍ଶନ କରାଯାଇ କେନ୍ଦ୍ର ସରକାରଙ୍କ ଜନମାରଣ ନୀତିର ଦୃଢ ସମାଲୋଚନା କରିଥିଲେ।ଏନେଇ ଏକ ଦାବିପତ୍ର ଛତ୍ରପୁର ଉପଜିଲ୍ଲାପାଳ ଶିବାଶିଷ ବରାଳଙ୍କୁ ପ୍ରଦାନ କରିଛନ୍ତି ।

କଂଗ୍ରେସର ଜିଲା ସଭାପତି( ପୂର୍ବ) ରଶ୍ମି ରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ବରେ ଆୟୋଜିତ ଏହି ବିକ୍ଷୋଭ ଓ ଧାରଣା କାର୍ଯ୍ୟକ୍ରମରେ ଗୋପାଳପୁର ପୂର୍ବତନ ବିଧାୟକ ତଥା ପୂର୍ବତନ ଜିଲା କଂଗ୍ରେସ ସଭାପତି ଡ଼ଃ ତ୍ରୀନାଥ ବେହେରା, ଦିଗପହଣ୍ଡିର କଂଗ୍ରେସ ନେତା ସାକା ସୁଜିତ, ସୋରଡାର କଂଗ୍ରେସ ନେତା ପ୍ରଶାନ୍ତ ବିଶୋଇ, କବିସୂର୍ଯ୍ୟନଗର କଂଗ୍ରେସ ନେତା ସଞ୍ଜୟ ମଣ୍ଡଳ, ଖଲିକୋଟର କଂଗ୍ରେସ ନେତା ଭୋକାଲି ସେଠି, ସଞ୍ଜୟ ମଣ୍ଡଳ, ଅଗସ୍ତି ବରାଡ଼, ରଜନୀକାନ୍ତ ପାଢ଼ୀ, ଜିଲ୍ଲା କଂଗ୍ରେସ ଉପସଭାପତି ଅଶୋକ ପଟ୍ଟନାୟକ,ମହେଶ୍ୱର ପାତ୍ର, ସୁଦାମ ପୁରୋହିତ, ରାମା ରାଓ, ଶଙ୍କର ସୁବୁଦ୍ଧି, ନାରୀ ନେତ୍ରୀ ସୁବାସିନୀ ପଟ୍ଟନାୟକ, ଇଜୁ ଆମିନ ଖାନ ପ୍ରମୁଖ ଉଦବୋଧନ ଦେଇ କେନ୍ଦ୍ର ସରକାରଙ୍କ ନୀତିକୁ ତୀବ୍ର ସମାଲୋଚନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri