ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।ଦେବଗଡ ସ୍ଥିତ ଟିପିଡବ୍ଲୁଓଡିଏଲ୍ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ୬ ଦଫା ଦାବୀ ସମ୍ବଳିତ ଏକ ଦାବି ପତ୍ର ନିର୍ବାହୀ ଯନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି । ଦେବଗଡ ଜିଲା କଂଗ୍ରେସ ସଭାପତି ସେମ ହେମ୍ରମଙ୍କ ନେତୃତ୍ୱରେ ବହୁ କଂଗ୍ରେସ ନେତା ଓ କର୍ମୀ ଦେବଗଡ ସ୍ଥିତ ଟିପିଡବ୍ଲୁଓଡିଏଲ୍ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପହଂଚି ଟିପିଡବ୍ଲୁଓଡିଏଲର ମନୋମୁଖି କାର୍ଯ୍ୟର ଦୃଢ ବିରୋଧ କରିବାସହ ବିଭିନ୍ନ ସ୍ଲୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

ସେହିପରି ବିଭାଗ ପକ୍ଷରୁ ଗ୍ରାହକ ନିମନ୍ତେ ଧାର୍ଯ୍ୟ କରାଯାଇଥିବା ଅତିରିକ୍ତ ସ୍ଥାୟୀ ଜମାରାଶି ନିଷ୍ପତିକୁ ପ୍ରତ୍ୟାହାର କରିବା, ଦେବଗଡ ଜିଲାରେ ସ୍ମାର୍ଟ ବିଦ୍ୟୂତ ମିଟର ନଲଗାଇବା, ୱେସକୋ ସମୟରୁ ରହିଆସିଥିବା ଗ୍ରାହକମାନଙ୍କ ବକେୟା ଦେୟ ଛାଡ କରାଯିବା, ଅକାରଣରେ ଏନଫୋର୍ସମେଂଟ ନାମରେ ଗ୍ରାହକଙ୍କୁ ଲକ୍ଷଲକ୍ଷ ଟଙ୍କାର ଜୋରିମାନା ବନ୍ଦ କରିବା, ବିଲ ଏବଂ ଏରିଅର୍ ନାମରେ ଗ୍ରାହକମାନଙ୍କର ବିଜୁଳି ସଂଯୋଗ ବିଛିନ୍ନ ନକରିବା ଓ ବିଜୁଳି ନଥିବା ଗ୍ରାମ ଗୁଡିକରେ ବିଦ୍ୟୁତ ସଂଯୋଗ କରିବା ଆଦି ଦାବିରେ ଟିପିଡବ୍ଲୁଓଡିଏଲ୍ ନିର୍ବାହୀ ଯନ୍ତ୍ରୀଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଥିଲେ । ଏହି ସମୟରେ ବିଦ୍ୟୁତ ବିଭାଗ ଦ୍ୱାରା ପ୍ରଭାବିତ ଏବଂ ନିର୍ଯ୍ୟାତିତ ହୋଇଥିବା ବହୁ ଗ୍ରାହକ ମଧ୍ୟ ସାମିଲ ହୋଇଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri