ବିଭିନ୍ନ ଦାବି ନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ

ଆନନ୍ଦପୁର,୧୭।୩(ସ୍ବ.ପ୍ର.): ଘସିପୁରା ବ୍ଲକ କଂଗ୍ରେସ ପକ୍ଷରୁ ବୁଧବାର ଘସିପୁରା ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆନନ୍ଦପୁର ପୌରପରିଷଦ ଶୈଲଙ୍ଗସ୍ଥିତ କଂଗ୍ରେସ କାର୍ଯ୍ୟାଳୟରୁ କଂଗ୍ରେସ କର୍ମୀମାନେ ଶୋଭାଯାତ୍ରାରେ ବାହାରି ଘସିପୁରା ବ୍ଲକ ସମ୍ମୁଖରେ ପହଞ୍ଚି ରାଜ୍ୟ ସରକାରଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ। କେନ୍ଦୁଝରରେ ଇସ୍ପାତ କାରଖାନା ପ୍ରତିଷ୍ଠା, କୃଷି ଆଇନ ପ୍ରତ୍ୟାହାର, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦ କରାଯାଇ ଶୋଭାଯାତ୍ରା ସହିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହା ସହିତ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଘସିପୁରା ବ୍ଲକ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଉପସ୍ଥିତ ରହି ସମାବେଶକୁ ଉଦ୍‌ବୋଧନ ଦେଇଥିଲେ। କଂଗ୍ରେସର ଏହି ବିକ୍ଷୋଭ ସମାବେଶରେ କେନ୍ଦୁଝର ଜିଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ଦାବି ଉପସ୍ଥାପନା କରାଯାଇଥିବାବେଳେ ଆନନ୍ଦପୁର ବିକାଶ ପରିଷଦ ପକ୍ଷରୁ ଦାବି କରାଯାଉଥିବା ଆନନ୍ଦପୁରକୁ ରେଳପଥ ସଂଯୋଗ ସମ୍ପର୍କରେ କୌଣସି ପ୍ରତିକ୍ରିୟା ରଖା ନ ଯିବା ପରିତାପର ବିଷୟ ପାଲଟିଥିଲା। ଆନନ୍ଦପୁର ଉପଖଣ୍ଡର ଜନସଧାରଣଙ୍କ ଉନ୍ନତିକୁ ଦୃଷ୍ଟିରେ ରଖାଯାଇ ବିକାଶ ପରିଷଦ ପକ୍ଷରୁ ରହିଥିବା ରେଳପଥ ସଂଯୋଗ ଦାବିକୁ କଂଗ୍ରେସ ଭଳି ଏକ ବିରୋଧୀ ଦଳ କିପରି ଅଣାଦେଖା କରିଲା ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ସରକାରୀ ଜମି ଛାଡିଲେ ନାହିଁ : ଜିଦ୍‌ରେ ଅଟଳ ଅନକ ଡୁଙ୍ଗୁରୁ ଗ୍ରାମବାସୀ, ଲାଗିଲା ୧୬୩ ଧାରା

ମୋହନା,୧୩।୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନକଡୁଙ୍ଗୁରୁ ଗାଁ ନିକଟରେଥିବା ବିବାଦୀୟ ସରକାରୀ ଜମିରେ ଲାଗିଲା ବିଏନ୍‌ଏସ୍‌ ଧାରା ୧୬୩ । କିଛିଦିନ ହେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri