ରନ୍ଧନ ଗ୍ୟାସ୍‌ର ଅଚଳାବସ୍ଥା ନେଇ ଗର୍ଜିଲା କଂଗ୍ରେସ

ନୂଆପଡ଼ା,୧୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରନ୍ଧନ ଗ୍ୟାସକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ନେଇ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ଜିଲା କଂଗ୍ରେସ କମିଟି ସଭାପତି ଘାସିରାମ ମାଝିଙ୍କ ନେତୃତ୍ୱରେ ଶତାଧିକ କର୍ମକର୍ତ୍ତା ଏକତା ଛକଠାରୁ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲେ। ସେଠାରେ ଗ୍ୟାସ୍‌ ସିଲିଣ୍ଡର ରଖି କାଠଚୁଲିରେ ଚା’ ତିଆରି କରି ପଥିକ ଓ ଯାନବାହାନ ଅଟକାଇ ଯାତ୍ରୀଙ୍କୁ ଚା’ ଦେଇଥିଲେ।

ଏପରିକି ମୁଖ୍ୟ ଗେଟ୍‌ ସମ୍ମୁଖରେ ଧାରଣା ଦେଇଥିଲେ। ଦୀର୍ଘ ୩ ଘଣ୍ଟା ପରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ କଂଗ୍ରେସ କମିଟି ପକ୍ଷରୁ ୭ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ପ୍ରମୁଖ ଦାବି ମଧ୍ୟରେ ଏଲ୍‌ପିଜି ସିଲିଣ୍ଡର ଓ ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରୀ ରୋକିବା, ଗଚ୍ଛିତ ଓ କୃତ୍ରିମ ଅଭାବ ଉପରେ କଡା ନଜର ରଖିବା, ସ୍ବତନ୍ତ୍ର ଯାଞ୍ଚ କମିଟି ଗଠନ, ଖାଦ୍ୟସାମଗ୍ରୀ ମୂଲ୍ୟ ସ୍ଥିର ରଖିବା ପାଇଁ ପଦକ୍ଷେପ, ଏଲ୍‌ପିଜି ସିଲିଣ୍ଡର ଉପଲବ୍ଧତା ଓ ଯୋଗାଣ, ଛୋଟ ହୋଟେଲ, ରେଷ୍ଟୁରାଣ୍ଟକୁ ବାଣିଜି୍ୟକ ଏଲ୍‌ପିଜି ସିଲିଣ୍ଡର ଯୋଗାଣ ନିଶ୍ଚିତ କରିବା ଆଦି ଅନ୍ୟତମ।

ଏହିସବୁ ଦାବି ଉପରେ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର ହେବ ବୋଲି ଚେତାବନୀ ଦେଇଛନ୍ତି। ଏହି ସମୟରେ ଜିଲା ପରିଷଦ ସଭ୍ୟ ଭରତ ଲାଲ ରାଉତ, ଜିଲା ସାଧାରଣ ସମ୍ପାଦକ ସୁଧିର ମିଶ୍ର, ଗରିବସେନା ଜିଲା ଆବାହକ ରବି ମଙ୍ଗରାଜ, ବିରଞ୍ଚତ୍ ବାଗ ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେସିଂ ରୁମ୍‌ରେ ଇ-ସିଗାରେଟ୍‌ ଟାଣି ଚର୍ଚ୍ଚାରେ ଅଧିନାୟକ: ହେବ କି କାର୍ଯ୍ୟନୁଷ୍ଠାନ

ନୂଆଦିଲ୍ଲୀ,୨୯।୪: ରାଜସ୍ଥାନ ରୟାଲ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ପ୍ରିମିୟମ ଲିଗ ୨୦୨୬ ମ୍ୟାଚ ସମୟରେ ଏକ ନୂତନ ବିବାଦ ଦେଖାଦେଇଛି। ରାଜସ୍ଥାନର ୨୪ ବର୍ଷୀୟ ଅଧିନାୟକ…

ଉତ୍ତରପ୍ରଦେଶର ବାନ୍ଦା ପ୍ରଥମ ଝାରସୁଗୁଡ଼ା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର

ଭୁବନେଶ୍ୱର,୨୯।୪: ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ଗତ କିଛିଦିନ ଧରି ଲଗାତର ଭାବେ ଝାରସୁଗୁଡ଼ାର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବା ସହ ରାଜ୍ୟର ସବୁଠୁ…

ଯାତ୍ରୀବାହୀ ଡଙ୍ଗାକୁ ବିପଦ ଡ୍ରେଜିଂ ଭେସଲର: ପଦକ୍ଷେପ ନେବାକୁ ଦାବିକଲେ ଅଞ୍ଚଳବାସୀ

ମହାକାଳପଡ଼ା, ୨୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ-ବାହାକୁଦ-ମୂଷାଡ଼ିଆ ଫେରିଘାଟରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏକ ସପ୍ତାହଧରି…

ଧୁବେଲ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଦାବି

ଲୋଇସିଂହା,୨୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାଲେଭଟା ଗ୍ରାମର ପୋଖରୀ(ଧୁବେଲ ବନ୍ଧ )ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାୟ ୨ ମାସ…

ଦିନରେ ଚୁଟି ବେପାର, ରାତିରେ ଚୋରି: ଆନ୍ତଃରାଜ୍ୟ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଭୋଗରାଇ, ୨୯ା୪(ପ୍ରଦୀପ ଦାସ):ଦିନରେ ଘର ଘର ବୁଲି ଚୁଟି ବେପାର କରୁଥିଲେ। ରାତି ହେଲେ ଘରେ ପଶି ଟଙ୍କା ପଇସା, ସୁନାଗହଣା ଲୁଟ୍‌ କରି ଚମ୍ପଟ ମାରୁଥିଲେ।…

ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ

ପୁରୀ,୨୯ା୪: ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ। ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟ ଜାରି ରହିଛି। ରଥ…

ଚଷମା ଦୋକାନରେ ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡି ଭଷ୍ମ

ସମ୍ବଲପୁର, ୨୯।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢାରଜାସ୍ଥିତ ଏକ ଜଣାଶୁଣା ତିନି ମହଲା ବିଶିଷ୍ଟ ଚଷମା ସୋରୁମ ‘ଭିଜନ କେୟାର’ରେ ଆଜି ଭୋର…

ବଡ଼ଲୋକଙ୍କ ଚେରକଟା ନୀତି

ମଣିଷର ଚରିତ୍ର ପଦପଦବୀ ବା ସମ୍ପତ୍ତି ଦ୍ୱାରା ନିର୍ଦ୍ଧାରିତ ହୁଏନାହିଁ। ଅନେକ ସମୟରେ ଆମେ ଭାବୁ ଶୀର୍ଷରେ ପହଞ୍ଚିଥିବା ବ୍ୟକ୍ତି ମାନସିକ ସ୍ତରରେ ଖୁବ୍‌ ଶାନ୍ତ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri