Posted inଜାତୀୟ

ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅନୁପସ୍ଥିତି ନେଇ କଂଗ୍ରେସର ପ୍ରଶ୍ନ…

ନୂଆଦିଲ୍ଲୀ,୧୭।୭ : ସୋମବାରଠାରୁ ଆରମ୍ଭ ହେବାକୁ ଥିବା ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ସରକାରଙ୍କ ପକ୍ଷରୁ ରବିବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଏହି ବୈଠକରେ ସରକାରଙ୍କ ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ରାଜ୍ୟ ସଭା ଭାଜପା ନେତା ପୀୟୁଷ ଗୋୟଲ ଏବଂ କେନ୍ଦ୍ରୀୟ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ପ୍ରତିନିଧିତ୍ୱ କରିଥିଲେ।

ବୈଠକରେ ଦଳର ବହୁ ବଡ ନେତା ଏବଂ ବିରୋଧୀ ସଳ ନେତା ଉପସ୍ଥିତ ଥିଲେ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗଦେଇ ନ ଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଅନୁପସ୍ଥିତିକୁ ନେଇ କଂଗ୍ରେସ ପ୍ରଶ୍ନ ଉଠାଇଛି।

ସଂସଦର ଆଗାମୀ ଅଧିବେଶନ ଉପରେ ଆଲୋଚନା ପାଇଁ ସର୍ବଦଳୀୟ ବୈଠକରେ ପୂର୍ବପରି ପ୍ରଧାନମନ୍ତ୍ରୀ ଅନୁପସ୍ଥିତ ଅଛନ୍ତି। ଏହା ଅସାମ୍ବିଧାନିକ’ନୁହେଁ କି? ବୋଲି କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ କରି କହିଛନ୍ତି। ବୈଠକରେ କଂଗ୍ରେସର ମଲ୍ଲିକାର୍ଜୁନ ଖାର୍ଗେ, ଅଧୀର ରଞ୍ଜନ ଚୌଧୁରୀ, ଜୟରାମ ରମେଶ, ଡିଏମକେର ଟିଆର ବାଲୁ ଏବଂ ତିରୁଚି ସିଭା, ଟିଏମସିର ସୁଦୀପ ବନ୍ଦୋପାଧ୍ୟାୟ ଏବଂ ଏନସିପିର ଶରଦ ପାୱାରଙ୍କ ସମେତ ପ୍ରାୟ ସମସ୍ତ ଦଳର ନେତା ଉପସ୍ଥିତ ଥିଲେ। ଏହା ବ୍ୟତୀତ ବିଜେଡିର ପିନାକି ମିଶ୍ର, ଓ୍ବାଇଏସଆରସିପିର ବିଜୟସାଇ ରେଡ୍ଡୀ, ମିଡୁନ ରେଡ୍ଡୀ, ଟିଆରଏସର କେଶବ ରାଓ ଏବଂ ନାମା ନାଗେଶ୍ୱରା ରାଓ, ଆରଜେଡିର ଏଡି ସିଂ ଏବଂ ଶିବସେନାର ସଞ୍ଜୟ ରାଉତ ମଧ୍ୟ ଉପସ୍ଥିତ ଥିଲେ।

ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୧୮ ରୁ ଆରମ୍ଭ ହୋଇ ଅଗଷ୍ଟ ୧୨ ରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri