Posted inଜାତୀୟ

ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅନୁପସ୍ଥିତି ନେଇ କଂଗ୍ରେସର ପ୍ରଶ୍ନ…

ନୂଆଦିଲ୍ଲୀ,୧୭।୭ : ସୋମବାରଠାରୁ ଆରମ୍ଭ ହେବାକୁ ଥିବା ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ସରକାରଙ୍କ ପକ୍ଷରୁ ରବିବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଏହି ବୈଠକରେ ସରକାରଙ୍କ ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ରାଜ୍ୟ ସଭା ଭାଜପା ନେତା ପୀୟୁଷ ଗୋୟଲ ଏବଂ କେନ୍ଦ୍ରୀୟ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ପ୍ରତିନିଧିତ୍ୱ କରିଥିଲେ।

ବୈଠକରେ ଦଳର ବହୁ ବଡ ନେତା ଏବଂ ବିରୋଧୀ ସଳ ନେତା ଉପସ୍ଥିତ ଥିଲେ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗଦେଇ ନ ଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଅନୁପସ୍ଥିତିକୁ ନେଇ କଂଗ୍ରେସ ପ୍ରଶ୍ନ ଉଠାଇଛି।

ସଂସଦର ଆଗାମୀ ଅଧିବେଶନ ଉପରେ ଆଲୋଚନା ପାଇଁ ସର୍ବଦଳୀୟ ବୈଠକରେ ପୂର୍ବପରି ପ୍ରଧାନମନ୍ତ୍ରୀ ଅନୁପସ୍ଥିତ ଅଛନ୍ତି। ଏହା ଅସାମ୍ବିଧାନିକ’ନୁହେଁ କି? ବୋଲି କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ କରି କହିଛନ୍ତି। ବୈଠକରେ କଂଗ୍ରେସର ମଲ୍ଲିକାର୍ଜୁନ ଖାର୍ଗେ, ଅଧୀର ରଞ୍ଜନ ଚୌଧୁରୀ, ଜୟରାମ ରମେଶ, ଡିଏମକେର ଟିଆର ବାଲୁ ଏବଂ ତିରୁଚି ସିଭା, ଟିଏମସିର ସୁଦୀପ ବନ୍ଦୋପାଧ୍ୟାୟ ଏବଂ ଏନସିପିର ଶରଦ ପାୱାରଙ୍କ ସମେତ ପ୍ରାୟ ସମସ୍ତ ଦଳର ନେତା ଉପସ୍ଥିତ ଥିଲେ। ଏହା ବ୍ୟତୀତ ବିଜେଡିର ପିନାକି ମିଶ୍ର, ଓ୍ବାଇଏସଆରସିପିର ବିଜୟସାଇ ରେଡ୍ଡୀ, ମିଡୁନ ରେଡ୍ଡୀ, ଟିଆରଏସର କେଶବ ରାଓ ଏବଂ ନାମା ନାଗେଶ୍ୱରା ରାଓ, ଆରଜେଡିର ଏଡି ସିଂ ଏବଂ ଶିବସେନାର ସଞ୍ଜୟ ରାଉତ ମଧ୍ୟ ଉପସ୍ଥିତ ଥିଲେ।

ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୧୮ ରୁ ଆରମ୍ଭ ହୋଇ ଅଗଷ୍ଟ ୧୨ ରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri