Posted inଜାତୀୟ

କଂଗ୍ରେସର ପ୍ରଶ୍ନ: ଜେପିସି ତଦନ୍ତକୁ ଡର କାହିଁକି

ନୂଆଦିଲ୍ଲୀ,୧୫।୨: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀଗୁଡ଼ିକ ବିରୋଧରେ ଜାନୁୟାରୀ ୨୪ରେ ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ପକ୍ଷରୁ କରାଯାଇଥିତ୍ବା ପ୍ରଘଟକୁ ନେଇ ଜାତୀୟ ରାଜନୀତି ସରଗରମ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିବାରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ପ୍ରଥମ ପର୍ଯ୍ୟାୟରେ ଗୃହକାର୍ଯ୍ୟ ହୋଇପାରି ନ ଥିଲା। ଆଦାନୀ ଗ୍ରୁପ୍‌ର ଷ୍ଟକ୍ସ ଓ ଆକାଉଣ୍ଟ୍‌ସ ଜାଲିଆତି ସମ୍ପର୍କିତ ରିପୋର୍ଟକୁ ନେଇ ଶାସକ-ବିରୋଧୀ ମୁହଁାମୁହଁି ଅବସ୍ଥାରେ ଥିବାବେଳେ ମଙ୍ଗଳବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ଆଦାନୀ ପ୍ରସଙ୍ଗରେ ଭାଜପା କିଛି ଲୁଚାଇବାର କିମ୍ବା ଭୟଭୀତ ହେବାର ନାହିଁ ବୋଲି ଶାହା ଏକ ନ୍ୟୁଜ୍‌ ଏଜେନ୍ସିକୁ ସାକ୍ଷାତ୍‌କାର ଦେବାବେଳେ କହିଛନ୍ତି। ଯଦି କିଛି ଲୁଚାଇବାର ନାହିଁ ତେବେ କେନ୍ଦ୍ର ସରକାର ଯୁଗ୍ମ ସଂସଦୀୟ କମିଟି (ଜେପିସି) ଦ୍ୱାରା ଏହାର ତଦନ୍ତ କରାଇବାକୁ କାହିଁକି ଭୟ କରୁଛନ୍ତି ବୋଲି କଂଗ୍ରେସ ପ୍ରଶ୍ନ କରିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଭାଜପା ସରକାର ଆଦାନୀ ସମୂହକୁ ଅହେତୁକ ଅନୁକମ୍ପା ଦେଖାଇ ଲାଭାନ୍ବିତ କରାଇଥିବା କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଅଭିଯୋଗ ଆଣିବା ପରେ ସଂସଦ ଅଚଳ ହୋଇଯାଇଥିଲା। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା ବେଳେ ଓ୍ବାୟନାଡ୍‌ ଏମ୍‌ପି ରାହୁଲ ପ୍ରଧାନମନ୍ତ୍ରୀଙ୍କୁ ଅନେକ ପ୍ରଶ୍ନ କରିଥିଲେ। ଆଦାନୀଙ୍କ ଧନ ବୃଦ୍ଧି ପଛରେ ମୋଦିଙ୍କ ହାତ ଥିବା କହି ସେ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ ଓ ସନ୍ଦେହର କାଠଗଡ଼ାରେ ଛିଡ଼ା କରାଇଥିଲେ। ରାହୁଲଙ୍କ ପ୍ରଶ୍ନବାଣ ଓ ସମାଲୋଚନା ଏତେ ଶାଣିତ ଥିଲା ଯେ, ସେସବୁକୁ ପାର୍ଲାମେଣ୍ଟ ରେକର୍ଡରୁ ବାଦ୍‌ ଦିଆଯାଇଛି। କେବଳ କଂଗ୍ରେସ ନୁହେଁ, ଅନ୍ୟ ବିରୋଧୀ ଦଳଗୁଡ଼ିକ ମଧ୍ୟ ଜେପିସି ତଦନ୍ତ ଦାବିରେ ଅଟଳ ଅଛନ୍ତି। ପ୍ରଧାନମନ୍ତ୍ରୀ ଉଭୟ ଗୃହରେ ବିବୃତି ରଖୁଥିବାବେଳେ ବିରୋଧୀ ସଦସ୍ୟ ‘ଆଦାନୀ-ମୋଦି ଭାଇ ଭାଇ’ ସ୍ଲୋଗାନ ଦେଇଥିଲେ। ଫଳରେ ପ୍ରଧାନମନ୍ତ୍ରୀଙ୍କୁ ଅଭିଭାଷଣ ମଝିରେ ଅନେକ ଥର ଅଟକିବାକୁ ପଡ଼ିଥିଲା। ବିରୋଧୀଙ୍କ ଅଭିଯୋଗକୁ ଭିତ୍ତିହୀନ ଦର୍ଶାଇ ପ୍ରଧାନମନ୍ତ୍ରୀ କହିଥିଲେ, ୧୪୦ କୋଟି ଭାରତୀୟଙ୍କ ଆଶୀର୍ବାଦ ଥିବା ଯାଏ କିଛି ହେବ ନାହିଁ। ସଂସଦୀୟ ବ୍ୟାପାର ମନ୍ତ୍ରୀ
ପ୍ରହ୍ଲାଦ ଜୋଷୀ ଏବଂ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ରାହୁଲଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିବା ପାଇଁ ନୋଟିସ ଦେଇଛନ୍ତି। ରାହୁଲଙ୍କୁ ବୁଧବାର ସୁଦ୍ଧା ଏହାର ଉତ୍ତର ରଖିବାକୁ ଲୋକ ସଭା ସେକ୍ରେଟାରିଏଟ୍‌ କହିଛି। ଇତିମଧ୍ୟରେ ଆଦାନୀ ନିଜ କମ୍ପାନୀଗୁଡ଼ିକର ନିରପେକ୍ଷ ଅଡିଟ୍‌ ପାଇଁ ଗ୍ରୁପ୍‌ ଆମେରିକୀୟ ଆକାଉଣ୍ଟାନ୍ସି ଫାର୍ମ ଗ୍ରାଣ୍ଟ ଥ୍ରୋଣ୍ଟନକୁ ଦାୟିତ୍ୱ ଦେଇଛି।
ଶାହାଙ୍କ ‘କିଛି ଲୁଚାଇବାର ନାହିଁ’ ମନ୍ତବ୍ୟ ଉପରେ ଏଆଇସିସି ମୁଖ୍ୟାଳୟରେ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ନିଜ ପ୍ରତିକ୍ରିୟା ରଖିଛନ୍ତି। ଜୟରାମ କହିଛନ୍ତି, ଆଦାନୀ ଗ୍ରୁପ୍‌ ବିରୋଧରେ ଆସିଥିବା ଅଭିଯୋଗୁଡ଼ିକର ନିରପେକ୍ଷ ତଦନ୍ତ ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଏବଂ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ମୁଖ୍ୟ ମାଧବୀ ପୁରୀଙ୍କୁ ପତ୍ର ଲେଖାଯିବ। ସେମାନେ ଯଦି କିଛି ଲୁଚାଉନାହାନ୍ତି ତେବେ ଜେପିସି ତଦନ୍ତ କରାଇ ଦେଉନାହାନ୍ତି କାହିଁକି। ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଜେପିସି ତଦନ୍ତ ଦାବି କରିଥିବାବେଳେ ତାଙ୍କ ମନ୍ତବ୍ୟକୁ ରେକର୍ଡରୁ କାହିଁକି ବାଦ୍‌ ଦିଆଗଲା ବୋଲି ଜୟରାମ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା...

ବିପଦରେ ହରିୟାଣାର ଭାଜପା ସରକାର, ସମର୍ଥନ ପ୍ରତ୍ୟାହାର କରିନେଲେ… 

ଚଣ୍ଡିଗଡ଼,୭।୫: ହରିୟାଣାରେ ଭାଜପା ସରକାର ଉପରେ ସଙ୍କଟ ଦେଖାଦେଇଛି। ଭାଜପା ସରକାରକୁ ସମର୍ଥନ କରୁଥିବା ତିନି ଜଣ ସ୍ବାଧୀନ ବିଧାୟକ ବାହାରିଛନ୍ତି। ସେମାନେ ସମର୍ଥନ ଫେରାଇ...

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ତିହାର ଜେଲରେ ରହିବେ କେଜରିଓ୍ବାଲ, ପରବର୍ତ୍ତି ଶୁଣାଣି…

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଲିକର ପଲିସି ସହ ଜଡିତ ଏହି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଅର୍ଥାତ୍‌ ୭ ମେ’ ୨୦୨୪ ରେ...

ରାହୁଲ ଗାନ୍ଧୀ ନେଲେ ବଡ଼ ନିଷ୍ପତ୍ତି, ବଢିପାରେ ଭାଜପାର ମୁସ୍କିଲ

ନୂଆଦିଲ୍ଲୀ,୭।୫: ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ରାହୁଲ ଗାନ୍ଧୀ କନ୍ନୌଜରେ ପ୍ରଚାର କରିବେ। ସମାଜବାଦୀ...

କେଜରିଓ୍ବାଲ ପ୍ରଚାର ନ କଲେ ଆକାଶ ଛିଣ୍ଡି ପଡିବନି

ନୂଆଦିଲ୍ଲୀ,୭।୫: ଦିଲ୍ଲୀର ଏକ୍ସାଇଜ ପଲିସି ଜାଲିଆତି ଅଭିଯୋଗରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆବେଦନର ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ, ତାଙ୍କ...

ଅଜିତ ପାଓ୍ବାରଙ୍କ ଘରେ ପହଞ୍ଚିଲେ ସୁପ୍ରିୟା ସୁଲେ

ବାରାମତି,୭।୫: ଲୋକ ସଭା ନିର୍ବାଚନ ୦୨୪ର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ବାରାମତି ଆସନରେ ମଧ୍ୟ ମତଦାନ ଚାଲିଛି। ଏହି ଆସନ ଜାତୀୟ ସ୍ତରରେ ଆଲୋଚନାର ବିଷୟ...

୧୦୦ରୁ ୧୧୦୦ କୋଟି କେମିତି ହେଲା? କେଜ୍‌ରିୱାଲଙ୍କ ଆବେଦନ ଉପରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଇଡିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri