Posted inଜାତୀୟ

କଂଗ୍ରେସର ଘୋଷଣା- ‘ସରକାରକୁ ଆସିଲେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ଦେବୁ’

ନୂଆଦିଲ୍ଲୀ,୧୩।୨: ପଞ୍ଜାବ-ହରିୟାଣାର କୃଷକମାନେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ସମେତ ଅନେକ ଦାବି ନେଇ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ହଜାର ହଜାର ସଂଖ୍ୟାରେ କୃଷକ ଶମ୍ଭୁ ସୀମାରେ ପହଞ୍ଚିଛନ୍ତି। କୃଷକଙ୍କୁ ଆଗକୁ ବଢ଼ିବାରୁ ରୋକିବା ଲାଗି ପୋଲିସ ପକ୍ଷରୁ ବ୍ୟାରିକେଡିଂ କରାଯାଇଛି। ହେଲେ ଚାଷୀମାନେ ଏହାକୁ ହଟାଇବାକୁ ଚେଷ୍ଟା କରୁଛନ୍ତି। କୃଷକ ଆନ୍ଦୋଳନ ମଧ୍ୟରେ କଂଗ୍ରେସ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆମେ ସ୍ବାମୀନାଥନ କମିଟି ରିପୋର୍ଟ ଅନୁଯାୟୀ ଏମ୍‌ଏସ୍‌ପି ଆଇନ୍‌ ଆଣି ଚାଷୀଙ୍କୁ ଉଚିତ ମୂଲ୍ୟର ଗ୍ୟାରେଣ୍ଟି ଦେବୁ ବୋଲି କଂଗ୍ରେସ କହିଛି।
କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି, ଏମ୍‌ଏସ୍‌ପି ଲାଗି ଆଇନଗତ ଗ୍ୟାରେଣ୍ଟି ମିଳିବା ଦ୍ୱାରା ୧୫ କୋଟି କୃଷକ ପରିବାର ଉପକୃତ ହେବେ। ଆଜି କୃଷକ ଭାଇମାନଙ୍କ ଲାଗି ଐତିହାସିକ ଦିନ। ନ୍ୟାୟ ପଥରେ କଂଗ୍ରେସର ଏହା ହେଉଛି ପ୍ରଥମ ଗ୍ୟାରେଣ୍ଟି।

ଏହାଛଡ଼ା ଭାଜପା ସରକାର ସ୍ବାମୀନାଥନ୍‌ଙ୍କୁ ଭାରତ ରତ୍ନ ଦେଇଛି, ହେଲେ ଯେଉଁ କାରଣରୁ ସେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ ତାକୁ କାର୍ଯ୍ୟକାରୀ କରିବାକୁ ସରକାର ପ୍ରସ୍ତୁତ ନୁହନ୍ତି। ଏହାର ଅର୍ଥ କ’ଣ? ସ୍ବାମୀନାଥନଙ୍କ ରିପୋର୍ଟରେ ଯାହା ଦିଆଯାଇଛି, ଆମେ ତାହା କୃଷକମାନଙ୍କୁ ଦେବୁ ବୋଲି ରାହୁଲ ଗଣମାଧ୍ୟମକୁ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ଶେୟାର ବଜାରକୁ ପସନ୍ଦ ଆସିଲାନି ବଜେଟ୍, ନିବେଶକଙ୍କ ୧୧ ଲକ୍ଷ କୋଟି ଟଙ୍କା ବୁଡ଼ିଲା

ମୁମ୍ବାଇ,୧।୨: ବଜେଟ୍ ଉପସ୍ଥାପନା ପରେ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବଜେଟକୁ ନେଇ ନିବେଶକଙ୍କ ମଧ୍ୟରେ ହତାଶା ଏବଂ କେତେକ ଟିକସ ନିୟମରେ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ବଜେଟକୁ କଟାକ୍ଷ କଲେ ମମତା: କହିଲେ ‘ହମ୍ପଟି ଡମ୍ପଟି’ ବଜେଟ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି। ବଜେଟକୁ ନେଇ ନିରାଶା ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri