Posted inଜାତୀୟ

ରାହୁଲଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ରେ ଦୁର୍ଘଟଣା, ପୋଲିସ ଅଧିକାରୀଙ୍କ କାର୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ

କୋଲକାତା,୩।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ସମୟରେ ଏକ ସଡ଼କ ଦୁର୍ଘଟଣା ସମ୍ପର୍କରେ ସୂଚନା ମିଳିଛି। ରାହୁଲଙ୍କ କନଭେରେ ସାମିଲ ଏକ ଆମ୍ବୁଲାନ୍ସ ବରିଷ୍ଠ ଜିଲା ପୋଲିସ ଅଧିକାରୀଙ୍କ କାରକୁ ଧକ୍କା ଦେଇଛି। ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ମୁରାରଇରେ ଏହି ଦୁର୍ଘଟଣା ଘଟିଛି। ଏହା ପରେ ପୋଲିସ ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଥିଲା। ଉଭୟଙ୍କୁ ମୁରାରଇ ପୋଲିସ ଷ୍ଟେସନକୁ ନିଆଯାଇଥିଲା, ସେଠାରେ ସେମାନଙ୍କୁ ପଚରାଉଚରା କରାଯାଇଛି।

ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ଆମ୍ବୁଲାନ୍ସ ଗାଡିକୁ ଧକ୍କା ଦେବା ସମୟରେ ଜିଲା ପୋଲିସ ଅଧିକାରୀ କାର୍‌ରେ ଉପସ୍ଥିତ ଥିଲେ। ସୌଭାଗ୍ୟବଶତଃ ସେ ଏହି ଦୁର୍ଘଟଣାରେ ଆହତ ହୋଇନାହାଁନ୍ତି। ଏହି ଘଟଣା ପରେ ରାହୁଲ ଗାନ୍ଧୀଙ୍କ କନଭେ ଆମ୍ବୁଲାନ୍ସକୁ ଛାଡ ଆଗକୁ ବଢିଥିଲା। ଏଥି ସହିତ ପଶ୍ଚିମବଙ୍ଗ କଂଗ୍ରେସର ସୋସିଆଲ ମିଡିଆ ମୁଖ୍ୟ ସୌରଭ ରୟ ଦାବି କରିଛନ୍ତି ଯେ, ଏହି ଦୁର୍ଘଟଣାର କାରଣ ହେଉଛି ପୋଲିସ ଗାଡି ଡ୍ରାଇଭରଙ୍କ ଅବହେଳା। ସେ ଆମ୍ବୁଲାନ୍ସରେ ଯାତ୍ରା କରୁଥିବା ଲୋକଙ୍କ ସହ ଅସଦାଚରଣ କରିଥିବା ମଧ୍ୟ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri