Posted inଜାତୀୟ

ରାହୁଲଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ରେ ଦୁର୍ଘଟଣା, ପୋଲିସ ଅଧିକାରୀଙ୍କ କାର୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ

କୋଲକାତା,୩।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ସମୟରେ ଏକ ସଡ଼କ ଦୁର୍ଘଟଣା ସମ୍ପର୍କରେ ସୂଚନା ମିଳିଛି। ରାହୁଲଙ୍କ କନଭେରେ ସାମିଲ ଏକ ଆମ୍ବୁଲାନ୍ସ ବରିଷ୍ଠ ଜିଲା ପୋଲିସ ଅଧିକାରୀଙ୍କ କାରକୁ ଧକ୍କା ଦେଇଛି। ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ମୁରାରଇରେ ଏହି ଦୁର୍ଘଟଣା ଘଟିଛି। ଏହା ପରେ ପୋଲିସ ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଥିଲା। ଉଭୟଙ୍କୁ ମୁରାରଇ ପୋଲିସ ଷ୍ଟେସନକୁ ନିଆଯାଇଥିଲା, ସେଠାରେ ସେମାନଙ୍କୁ ପଚରାଉଚରା କରାଯାଇଛି।

ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ଆମ୍ବୁଲାନ୍ସ ଗାଡିକୁ ଧକ୍କା ଦେବା ସମୟରେ ଜିଲା ପୋଲିସ ଅଧିକାରୀ କାର୍‌ରେ ଉପସ୍ଥିତ ଥିଲେ। ସୌଭାଗ୍ୟବଶତଃ ସେ ଏହି ଦୁର୍ଘଟଣାରେ ଆହତ ହୋଇନାହାଁନ୍ତି। ଏହି ଘଟଣା ପରେ ରାହୁଲ ଗାନ୍ଧୀଙ୍କ କନଭେ ଆମ୍ବୁଲାନ୍ସକୁ ଛାଡ ଆଗକୁ ବଢିଥିଲା। ଏଥି ସହିତ ପଶ୍ଚିମବଙ୍ଗ କଂଗ୍ରେସର ସୋସିଆଲ ମିଡିଆ ମୁଖ୍ୟ ସୌରଭ ରୟ ଦାବି କରିଛନ୍ତି ଯେ, ଏହି ଦୁର୍ଘଟଣାର କାରଣ ହେଉଛି ପୋଲିସ ଗାଡି ଡ୍ରାଇଭରଙ୍କ ଅବହେଳା। ସେ ଆମ୍ବୁଲାନ୍ସରେ ଯାତ୍ରା କରୁଥିବା ଲୋକଙ୍କ ସହ ଅସଦାଚରଣ କରିଥିବା ମଧ୍ୟ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?