Posted inଜାତୀୟ

ଦିଲ୍ଲୀରେ ରହିବେ ନାହିଁ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୦।୧୧: ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ଯୋଗୁ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ଦିଲ୍ଲୀ ବାହାରେ ରହିବେ। ଡାକ୍ତରଙ୍କ ପରାମର୍ଶରେ ଏକ ଅନୁକୂଳ ପରିବେଶରେ ଦିଲ୍ଲୀ ବାହାରେ କିଛି ସମୟ ସେ ଅତିବାହିତ କରିବେ। ଫଳରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଶୁକ୍ରବାର ଗୋଆ ଅଭିମୁଖେ ଯାଇଛନ୍ତି। ସୋନିଆ ଗୋଆରେ ପ୍ରାୟ ଏକ ସପ୍ତାହ ରହିବେ। ଗତ କିଛି ବର୍ଷ ଧରି ସୋନିଆ ଗାନ୍ଧୀ ଶୀତ ମାସରେ ଦିଲ୍ଲୀ ବାହାରେ କିଛି ସମୟ ବିତାଉଥିଲେ। ସ୍ବାସ୍ଥ୍ୟଗତ କାରଣରୁ ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ହେତୁ ତାଙ୍କ ସ୍ବାସ୍ଥ୍ୟ ଖରାପ ହେବାର ଆଶଙ୍କା ରହିଛି। ଗତ ବର୍ଷ ମଧ୍ୟ ସେ ଗୋଆରେ ଏକ କିମ୍ବା ଦୁଇ ସପ୍ତାହ ବିତାଇଥିଲେ। ଅବଶ୍ୟ, କରୋନା ଅବଧିରେ ସୋନିଆ କେବଳ ଭିଡିଓ କନଫରେନ୍ସ ମାଧ୍ୟମରେ ସମସ୍ତ ସଭା ଏବଂ ବୈଠକରେ ଅଂଶଗ୍ରହଣ କରୁଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ଦୀପାବଳି ଅବସରରେ ଦିଲ୍ଲୀରେ ପ୍ରଦୂଷଣ ସ୍ତର ଅଧିକ ଥିଲା। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଏହାର ରିପୋର୍ଟରେ କହିଛି ଯେ ୨୦୧୯ ତୁଳନାରେ ଚଳିତ ବର୍ଷ ଦୀପାବଳିରେ ପ୍ରଦୂଷଣ ପରିମାଣ ଅଧିକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?