ଏସ୍‌ପି ଅଫିସ ସମ୍ମୁଖରେ କଂଗ୍ରେସର ଗଣଧାରଣା

ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଗିରଫ ପାଇଁ ଶୁକ୍ରବାର ଭବାନୀପାଟଣାସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ଗଣଧାରଣା ଦେଇଛି ଜିଲା କଂଗ୍ରେସ। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ସହ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ସାମିଲ ଥିବାରୁ ତଦନ୍ତ ପ୍ରଭାବିତ ହେବା ସମ୍ଭାବନା ରହିିଛି। ତେଣୁ ମନ୍ତ୍ରୀ କ୍ୟାପଟେନ ମିଶ୍ରଙ୍କୁ ବହିଷ୍କାର କରିବା ସହ ଗିରଫ କରାଯାଉ ବୋଲି କଂଗ୍ରେସ ଦାବି କରିଥିଲା। ମା’ଙ୍କୁ ସମ୍ମାନ ଦେଉଥିବା କହୁଥିବା ରାଜ୍ୟ ସରକାର ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ବଦଳରେ କାହଁିକି ଚୁପ୍‌ ବସିଛନ୍ତି ବୋଲି ବର୍ଷିଥିଲେ। ଜିଲା ସଭାପତି ଭାରତ ଭୂଷଣ ବେମାଲଙ୍କ ନେତୃତ୍ୱରେ ବରିଷ୍ଠ କଂଗ୍ରେସ ନେତା ପରମାନନ୍ଦ ମାଝି, ଜିଲା ସଭାନେତ୍ରୀ ମହେନ୍ଦ୍ରୀ ସାହୁ, ଯୁବ ନେତା ତଥା ବିଧାୟକ ପ୍ରାର୍ଥୀ ସାଗର ଚରଣ ଦାସ, ପୂର୍ବତନ କାଉନସିଲର ସୁକାନ୍ତି ସରାଫ, ନଗର ସଭାପତି ସରୋଜ ବାଗ, ବ୍ଲକ ସଭାପତି ସୁବାଷ ପ୍ରଧାନ, ଯୁବ କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ ତ୍ରିଲୋଚନ ପାଣିଗ୍ରାହୀ, ସମ୍ପାଦକ ମହମ୍ମଦ ସାହେବ, ଜିଲା ଉପସଭାନେତ୍ରୀ ସୋନି ବାଣୁଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri