Posted inଜାତୀୟ

ଲୋକ ସଭାରେ ୧୦୦ ଛୁଇଁଲା କଂଗ୍ରେସର ଆସନ!

ନୂଆଦିଲ୍ଲୀ,୭।୬: ଚଳିତ ଲୋକ ସଭା ନିର୍ବାଚନରେ ଦମଦାର ପ୍ରଦର୍ଶନ କରିଛି କଂଗ୍ରେସ। ହେଲେ ଛୁଇଁପାରି ନ ଥିଲା ୧୦୦ ଆସନ। ମଙ୍ଗଳବାର ଘୋଷଣା ହୋଇଥିବା ଫଳାଫଳ ଅନୁସାରେ କଂଗ୍ରେସ ଏକାକୀ ଦେଶରେ ୯୯ଟି ଆସନ ଜିତିଛି। ଆଗାମୀ ୧୦ ବର୍ଷ ମଧ୍ୟରେ ବି କଂଗ୍ରେସ ୧୦୦ ଅଙ୍କ ଛୁଇଁ ପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କଟାକ୍ଷ କରିଥିଲେ।

ହେଲେ କଂଗ୍ରେସର ଲୋକ ସଭା ଆସନ ସଂଖ୍ୟା ୧୦୦ ଛୁଇଁବା ଏକ ପ୍ରକାରର ନିଶ୍ଚିତ ହୋଇଯାଇଛି। କଂଗ୍ରେସର ବିଦ୍ରୋହୀ ଏମପି ବିଶାଲ ପାଟିଲ ଦଳକୁ ସମର୍ଥନ କରିଛନ୍ତି। ସେ ମହାରାଷ୍ଟ୍ରରେ ସ୍ବାଧୀନ ଭାବେ ନିର୍ବାଚନ ଲଢିବା ସହ ବିଜୟ ହୋଇଥିଲେ। ଏବେ ସେ କଂଗ୍ରେସକୁ ସମର୍ଥନ ଘୋଷଣା କରିଛନ୍ତି। ସେ ସମର୍ଥନ କଂଗ୍ରେସର ଆସନ ସଂଖ୍ୟା ୧୦୦ରେ ପହଞ୍ଚି ଯାଇଛି।

ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ବସନ୍ତଦାଦା ପାଟିଲଙ୍କ ନାତି ହେଉଛନ୍ତି ବିଶାଲ। ସେ ମହାରାଷ୍ଟ୍ରର ସଙ୍ଗଲି ସିଟରୁ ସ୍ବାଧୀନ ଭାବେ ନିର୍ବାଚନ ଲଢୁଥିଲେ। ଏଠାରେ ସେ ଭାଜପାର ସଞ୍ଜୟକାକା ପାଟିଲଙ୍କୁ ପରାସ୍ତ କରିଥିଲେ। ନିର୍ବାଚନ ଜିତିବା ପରେ ବିଶାଲ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟି ସମର୍ଥନ ଘୋଷଣା କରିଛନ୍ତି। ଖାର୍ଗେ ମଧ୍ୟ ତାଙ୍କ ସହ ଉଠାଇଥିବା ଫଟୋକୁ ଶେୟାର କରି ସଙ୍ଗଲିର ନିର୍ବାଚିତ ଏମପି ବିଶାଲ ପାଟିଲଙ୍କ ସମର୍ଥନକୁ କଂଗ୍ରେସ ସ୍ବାଗତ କରୁଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?