ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି। ଚାଷୀଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ପଦକ୍ଷେପ ନେବା ଦାବିରେ ବରଗଡ଼ ଜିଲା କଂଗ୍ରେସ ତାତି ଉଠିଛି। ଏହି କ୍ରମରେ ଶୁକ୍ରବାର ଜିଲା କଂଗ୍ରେସ ସଭାପତି ହରଦୀପ ସିଂଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିକ୍ଷୋଭ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଦାବିପତ୍ର ଗ୍ରହଣ କରିଥିଲେ। ଦାବିପତ୍ରରେ ୪ଦଫା ଦାବି କରାଯାଇଛି। ବିନା କଟ୍‌ନୀଛଟ୍‌ନୀରେ ସମସ୍ତ ଚାଷୀଙ୍କ ଧାନ କିଣାଯିବା, ଫସଲବୀମାରେ ରହିଥିବା ସମସ୍ତ ଅସଙ୍ଗତି ଦୂର କରି ଚାଷୀ ପରିବାରକୁ ସ୍ବାସ୍ଥ୍ୟ ବୀମାଭୁକ୍ତ କରାଯିବା, ୫୫ବର୍ଷ ବୟସରୁ ଊର୍ଦ୍ଧ୍ୱ ବୟସ୍କ ଚାଷୀ ଏବଂ ଭାଗଚାଷୀମାନଙ୍କୁ ମାସିକ ୧୦ହଜାର ଟଙ୍କା ଲେଖାଏ ଭତ୍ତା ପ୍ରଦାନ, ଚିର ମରୁଡ଼ି ପ୍ରପୀଡ଼ିତ ପଦ୍ମପୁର ଅଞ୍ଚଳକୁ ଜଳସେଚିତ କରିବା ପାଇଁ ଅଙ୍ଗନଦୀ ଉପରେ ଏକ ବନ୍ଧ ନିର୍ମାଣ ପାଇଁ କଂଗ୍ରେସ ଦାବି କରିଛି। ଦାବିପତ୍ର ପ୍ରଦାନ ସମୟରେ ଜିଲା କଂଗ୍ରେସ ସଭାପତି ସିଂଙ୍କ ନେତୃତ୍ୱରେ ପ୍ରତାପ ନାୟକ, ଯତିରଞ୍ଜନ ପୂଜାରୀଙ୍କ ସମେତ ଅନେକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri