Posted inଜାତୀୟ

ଆଜି କଂଗ୍ରେସର ତୃତୀୟ ତାଲିକା!

ନୂଆଦିଲ୍ଲୀ,୨୧।୩: ଆଜି ଆସିପାରେ କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ବସିଥିବା ନିର୍ବାଚନ କମିଟି ବୈଠକରେ ୧୧ ରାଜ୍ୟ ପାଇଁ ୮୦ ଜଣ ପ୍ରାର୍ଥୀଙ୍କ ନାଁ ପ୍ରସ୍ତୁତ କରାଯାଇଥିବା କୁହାଯାଉଛି । କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଅରୁଣାଚଳ ପ୍ରଦେଶ, ସିକିମ, ପଶ୍ଚିମବଙ୍ଗ, ଆଣ୍ଡାମାନ ନିକୋବର, କର୍ନାଟକ, ପୁଡୁଚେରୀ, ଗୁଜରାଟ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଚଣ୍ଡିଗଡ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା କରାଯାଇଛି । ଆଜି ଏହି ସବୁ ରାଜ୍ୟର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବା ସମ୍ଭାବନା ରହିଛି ।

ସnୂଚନାଥାଉ କି, ଆଜି ଅଖିଳ ଭାରତୀୟ କଂଗ୍ରେସ କମିଟି(ଏଆଇସିସି)ର ସାଧାରଣ ସଂପାଦକ କେ.ସି. ବେଣୁଗୋପାଳ ଓଡିଶାର ଲୋକ ସଭା ଓ ବିଧାନ ସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ବେଣୁଗୋପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ସମୀକ୍ଷା ବେଠକରେ ରାଜ୍ୟ ପିସିସି ସଭାପତି ଶରତ ପଟ୍ଟନାୟକ, ଏଆଇସିସିର ଓଡିଶା ପ୍ରଭାରୀ ଅଜୟ କୁମାର, ୩ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ମିନାକ୍ଷୀ ନଟରାଜନ, ହରକ ସିଂହ ରାୱତ ଓ ପରଗତ ସିଂହ, ଦୁଇଜଣ ସଚିବ ଖ୍ରୀଷ୍ଟଫର ତିଲକ ଓ ମହମ୍ମଦ ସାହାନୱାଜ ଚୌଧୁରୀ ଉପସ୍ଥିତ ରହିଛନ୍ତି।

ଏଆଇସିସି ମୁଖ୍ୟାଳୟରେ ହୋଇଥିବା ସମୀକ୍ଷା ବୈଠକରେ ଲୋକ ସଭା ଓ ବିଧାନ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ପ୍ରକ୍ରିୟା, ନିର୍ବାଚନ ପ୍ରଚାର, ସଂଗଠନ କାର୍ଯ୍ୟକ୍ରମ ତଥା ଦଳୀୟ ସ୍ଥିତି ସଂପର୍କରେ ବେଣୁଗୋପାଳଙ୍କ ସହ ଆଲୋଚନା ହୋଇଥିଲା। ହୋଲି ପରେ ଓଡିଶାରେ ପ୍ରାର୍ଥୀ ଚୟନ ପ୍ରକ୍ରିୟାକୁ ଚୂଡାନ୍ତ କରିବା ପାଇଁ ପୁଣିଥରେ ସ୍କ୍ରିନିଂ କମିଟି ବୈଠକ ବସିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri