Posted inଜାତୀୟ

କର୍ନାଟକ ନିର୍ବାଚନ: ଘୋଷଣାପତ୍ର ଜାରି କଲା କଂଗ୍ରେସ

ବେଙ୍ଗାଲୁରୁ,୨।୫: କର୍ନାଟକ ବିଧାନସଭା ନିର୍ବାଚନ ଆଉ ଅଳ୍ପ ଦିନ ବାକି ଅଛି। ଏଥିନେଇ ରାଜନୀତି ସରଗରମ ରହିଛି। ତେବେ ଭାଜପା ପରେ ବର୍ତ୍ତମାନ କଂଗ୍ରେସ ମଧ୍ୟ ନିଜର ଘୋଷଣାପତ୍ର ଜାରି କରିଛି। କଂଗ୍ରେସ ଏହାର ଘୋଷଣାପତ୍ରରେ ଗୃହ ଜ୍ୟୋତି, ଗୃହ ଲକ୍ଷ୍ମୀ, ଅନ୍ନ ଭାଗ୍ୟ, ଯୁବା ନିଧି ଏବଂ ଶକ୍ତିର ପାଞ୍ଚଟି ଗ୍ୟାରେଣ୍ଟି ଦୋହରାଇଛି।

କଂଗ୍ରେସ ଏହାର ମନିଫେଷ୍ଟରେ ଲୋକଙ୍କୁ ପ୍ରତିଶ୍ରୁତି ଦେଇଛି ଯେ, ଯଦି କଂଗ୍ରେସ କ୍ଷମତାକୁ ଆସେ ତେବେ ଗୃହ ଜ୍ୟୋତି ଅଧୀନରେ ୨୦୦ ୟୁନିଟ ମାଗଣା ବିଦ୍ୟୁତ୍‌ ପ୍ରଦାନ କରାଯିବ। ସେହିପରି ଗୃହ ଲକ୍ଷ୍ମୀରେ ପରିବାରର ମୁଖ୍ୟଙ୍କୁ ଦୁଇ ହଜାର ଟଙ୍କା ଏବଂ ଅନ୍ନ ଭାଗ୍ୟରେ ଦଶ କିଲୋଗ୍ରାମ ଖାଦ୍ୟ ଶସ୍ୟ ସହିତ ପଶୁପାଳନକୁ ପ୍ରୋତ୍ସାହନ ଦେବା ପାଇଁ ଏବଂ ଗାଁରେ କମ୍ପୋଷ୍ଟ ଖତ କେନ୍ଦ୍ର ପ୍ରତିଷ୍ଠା ପାଇଁ କଂଗ୍ରେସ ପ୍ରତିଶ୍ରୁତି ଦେଇଛି।

ଏହି ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା, ରାଜ୍ୟ ୟୁନିଟ ସଭାପତି ଡି.କେ ଶିବକୁମାର ଏବଂ ମନିଫେଷ୍ଟୋ କମିଟିର ସଭାପତି ପରମେଶ୍ୱରଜୀ ଏବଂ ଦଳର ଅନ୍ୟ ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri