Posted inଜାତୀୟ

କଶ୍ମୀର ନିର୍ବାଚନ: ଆସିଲା କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଜାଣନ୍ତୁ କ’ଣ ସବୁ ରହିଛି ପ୍ରତିଶ୍ରୁତି…

ଶ୍ରୀନଗର,୧୬ା୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ଦଳୀୟ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ କୃଷକ, ମହିଳା ଏବଂ ଯୁବବର୍ଗଙ୍କ ପାଇଁ ଅନେକ ପ୍ରତିଶ୍ରୁତି ଦିଆଯାଇଛି। ‘ହାଥ୍‌ ବଦଲେଗା ହାଥ୍‌’ ନାମରେ କଂଗ୍ରେସର ଏହି ନିର୍ବାଚନୀ ଇସ୍ତାହାରରେ ସମସ୍ତ ଫସଲ ପାଇଁ ବୀମା କରାଯିବା ସହ ସେଓ କିଲୋଗ୍ରାମ ପ୍ରତି ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୭୨ ଟଙ୍କା ଧାର୍ଯ୍ୟ ହେବ ବୋଲି କୁହାଯାଇଛି।

ଶ୍ରୀନଗରସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଏଆଇସିସି ମୁଖ୍ୟ ମୁଖପାତ୍ର ପଓ୍ବନ ଖେରା ଏବଂ ପିସିସି ସଭାପତି ତାରିକ୍‌ ହମିଦ କାରା ଇସ୍ତାହାର ଉନ୍ମୋଚନ କରିଥିଲେ। ଅନ୍ୟ ପ୍ରତିଶ୍ରୁତି ମଧ୍ୟରେ ରହିଛି, ଭୂମିହୀନ, ଭାଗଚାଷୀ ଏବଂ ନିଜ ଜମିରେ ଚାଷ କରୁଥିବା କୃଷକମାନଙ୍କୁ ବର୍ଷକୁ ୪,୦୦୦ ଟଙ୍କା ଆର୍ଥତ୍କ ସହାୟତା ଯୋଗାଇ ଦିଆଯିବ।

କଂଗ୍ରେସ କ୍ଷମତାକୁ ଆସିଲେ ଭୂମିହୀନ ଚାଷୀଙ୍କ ପାଇଁ ୯୯ ବର୍ଷୀୟା ଜମି ଲିଜ୍‌ ବ୍ୟବସ୍ଥା କରାଯିବ ବୋଲି ଖେରା କହିଛନ୍ତି। ସବୁ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ନିମନ୍ତେ ଜିଲାଓ୍ବାରି ଜଳସେଚନ ପ୍ରକଳ୍ପ ସ୍ଥାପନ ନିମନ୍ତେ ୨,୫୦୦ କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା କରାଯିବ। କଶ୍ମୀରର ଯୋଗ୍ୟ ଯୁବତୀଯୁବକମାନଙ୍କୁ ମାସିକ ୩,୫୦୦ ଟଙ୍କା ଲେଖାଏ ବେରୋଜଗାରି ଭତ୍ତା ଏକବର୍ଷ ପାଇଁ ଯୋଗାଇ ଦିଆଯିବ ବୋଲି କଂଗ୍ରେସ ପ୍ରତିଶ୍ରୁତି ଦେଇଛି। କଂଗ୍ରେସ ସରକାର ଗଢ଼ିବାର ୩୦ ଦିନ ମଧ୍ୟରେ ଜବ୍‌ କ୍ୟାଲେଣ୍ଡର ଜାରି ହେବା ସହ ବିଭିନ୍ନ ସରକାରୀ ବିଭାଗରେ ଖାଲି ପଡ଼ିଥିବା ୧ ଲକ୍ଷ ପଦବୀ ପୂରଣ କରିବ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

ମିଶାଇଲ ଆକ୍ରମଣ ପରେ କେମିତି ବଞ୍ଚିଗଲେ ଇରାନର ନୂଆ ସୁପ୍ରିମ ଲିଡର, ଲିକ ଅଡିଓ ଖୋଲିଲା ଗୁମର!

ତେହରାନ୍‌,୧୭।୩: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଫେବୃଆରୀ ୨୮ରେ ହୋଇଥିବା ଏକ ଆମେରିକୀୟ-ଇସ୍ରାଏଲୀୟ ଆକ୍ରମଣରୁ ଅଳ୍ପକେ ବଞ୍ଚି ଯାଇଥିଲେ। ଏକ ଲିକ ହୋଇଥିବା ଅଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri