କଂଗ୍ରେସର ରିସର୍ଟ ରାଜନୀତି

ପଣଜୀ,୧୦।୩(ପି.ଟି.): ୨୦୧୭ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇ ମଧ୍ୟ ଗୋଆରେ ସରକାର ଗଠନ କରିପାରି ନ ଥିଲା। ଏଥର ଯେପରି ସେଭଳି ସ୍ଥିତି ନ ଉପୁଜେ ସେଥିପାଇଁ ଏହି ସର୍ବପୁରାତନ ଦଳ କୌଣସି ସୁଯୋଗ ହାତଛଡ଼ା କରିବାକୁ ଚାହୁଁନାହିଁ। ସେଥିପାଇଁ ଭୋଟ ଗଣତିର ଦୁଇଦିନ ପୂର୍ବରୁ କଂଗ୍ରେସ ଏହାର ସମସ୍ତ ପ୍ରାର୍ଥୀଙ୍କୁ ପଣଜୀ ନିକଟବର୍ତ୍ତୀ ବାମ୍ବୋଲିମ୍‌ ଗ୍ରାମରେ ଥିବା ଏକ ବିଳାସପୂର୍ଣ୍ଣ ରିସର୍ଟକୁ ନେଇଯାଇଛି।
ଝୁଲା ବିଧାନସଭା ହେବ ବୋଲି ବିଭିନ୍ନ ସଂସ୍ଥା ଏକ୍‌୍‌ଜିଟ୍‌ ପୋଲ୍‌ରେ ପୂର୍ବାନୁମାନ କରିଛନ୍ତି। ତେଣୁ ଘୋଡ଼ାବେପାର ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି କୌଣସି ଦଳୀୟ ପ୍ରାର୍ଥୀ ଭୋଟଗଣତି କେନ୍ଦ୍ରକୁ ଯିବା ଲାଗି ଅନୁମତି ଦିଆଯାଇ ନାହିଁ ବୋଲି ଜଣେ ବରିଷ୍ଠ କଂଗ୍ରେସ ନେତା କହିଛନ୍ତି। ଅନ୍ୟପକ୍ଷରେ ଭାଜପା ଛାଡ଼ି କଂଗ୍ରେସ ଟିକେଟରେ ଲଢ଼ିଥିବା ମିଚେଲ ଲୋବୋ ଏହାକୁ ଖଣ୍ଡନ କରିଛନ୍ତି। ସବୁ ପ୍ରାର୍ଥୀ ଗଣନାକେନ୍ଦ୍ରକୁ ଯାଇପାରିବେ ବୋଲି ସେ କହିଛନ୍ତି। ରିସୋର୍ଟରେ ପ୍ରାର୍ଥୀଙ୍କୁ ଲୁଚାଇ ରଖାଯିବା ଖବରକୁ ମଧ୍ୟ କେତେଜଣ ଦଳୀୟ ନେତା ଅସ୍ବୀକାର କରିଛନ୍ତି। ସେମାନେ ବିରୋଧୀ ଦଳ ନେତା ଦିଗମ୍ବର କାମାତଙ୍କ ଜନ୍ମଦିନ ପାଳନ ଲାଗି ସେଠାକୁ ଯାଇଥିବା କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୭ ଗୋଆ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ୧୭ ଏବଂ ଭାଜପାକୁ ୧୩ ଆସନ ମିଳିଥିଲା। ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇ ମଧ୍ୟ କଂଗ୍ରେସ ସରକାର ଗଢ଼ି ନ ପାରିବାରୁ ଭାଜପା ଅନ୍ୟ ଛୋଟ ଦଳ ଓ ସ୍ବାଧୀନ ବିଧାୟକଙ୍କ ସମର୍ଥନରେ ସରକାର ଗଢ଼ିଥିଲା। ପରେ କଂଗ୍ରେସର ୧୫ ବିଧାୟକ ଭାଜପାରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri