କଂଗ୍ରେସ କଲା ଗର୍ଜନ, ମାନସଙ୍କୁ ଘରୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୨୭।୩: ବିଧାନସଭା ଘେରାଉ ପାଇଁ ବାହାରିଲା କଂଗ୍ରେସ। ରାମମନ୍ଦିର ଛକରୁ କଂଗ୍ରେସର ପଦଯାତ୍ରା ଆରମ୍ଭ ହୋଇଛି। ସେପଟେ ବିଧାନସଭା ପ୍ରଶ୍ନକାଳ ଆରମ୍ଭ ପୁର୍ବରୁ ଗଙ୍ଗା ଜଳ ଛିଞ୍ଚିଛି ବିଜେଡି । ବିଧାନସଭା ଚାରିପଟେ ଗଙ୍ଗାଜଳ ଛିଞ୍ଚି ପବିତ୍ର କରିଛି ବିଜେଡି । ତେବେ ଏଭଳି କରିବାର କାରଣ ବିଧାନସଭାରେ ପୋଲିସ ପଶି ବିଧାୟକଙ୍କ ଉପରକୁ ଆକ୍ରମଣ କରିଥିଲା । ବିଧାନସଭାରେ କେବେ ପୋଲିସ ପଶିନଥିଲା କିମ୍ବା ବିଧାୟକଙ୍କ ଉପରକୁ କେବେ ଆକ୍ରମଣ କରିନଥିଲା ।

ଏହାରି ଭିତରେ କଂଗ୍ରେସ ନେତା ମାନସ ଚୌଧୁରୀ ଅଟକ ରଖିଛି ପୋଲିସ। ଘରୁ ଆସି ମାନସ ଚୌଧୁରୀଙ୍କୁ ଉଠାଇ ନେଇଛି ପୋଲିସ।

ଆଜି ଭୁବନେଶ୍ୱର ଘେରିବ କଂଗ୍ରେସ। ଏନେଇ ହାଇ ଆର୍ଲଟ ମୋଡରେ ରାଜଧାନୀ। ସାରା ଭୁବନେଶ୍ୱରରେ ହୋଇଛି ପୋଲିସ ଛାଉଣୀ। ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି ନକ୍ସା। ଆଉ ଗୁରୁବାର ରାଜ୍ୟ କଂଗ୍ରେସ ବିଧାନସଭାର ଚତୁଃପାର୍ଶ୍ୱକୁ ଘେରିବାପାଇଁ ପ୍ରସ୍ତୁତ ହେଉଛି। କଂଗ୍ରେସର ଏହି କାର୍ଯ୍ୟକ୍ରମକୁ ରାଜ୍ୟବାସୀ ସମର୍ଥନ ଦେବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି।

ଏହାରି ଭିତରେ ପିସିସି ସଭାପତି ଭକ୍ତ ଚରଣ ଦାସ ଏକ ଭିଡିଓ ବାର୍ତ୍ତା ଜାରିକରି କହିଛନ୍ତି, ଗୁରୁବାର ଆମେ ଶାନ୍ତି ଶୃଙ୍ଖଳାର ସହ ଆନ୍ଦୋଳନ କରିବୁ। ହେଲେ ଝାରସୁଗୁଡ଼ା ଥାନାରେ ଯୁବ କଂଗ୍ରେସ ସଭାପତିଙ୍କୁ ଅଟକାଯାଇଥିବା ନେଇ ଖବର ମିଳୁଛି। ପ୍ରଶାସନ ଓ ପୋଲିସ ସେ ଭୁଲ କରନ୍ତୁନାହିଁ। ଆପଣ ଶୃଙ୍ଖଳା ରକ୍ଷାକରନ୍ତୁ। ଆମକୁ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବାକୁ ଦିଅନ୍ତୁ। ଯଦି ପୋଲିସ ଏଭଳି ବାତାବରଣ ସୃଷ୍ଟିକରେ ତେବେ ବିଭିନ୍ନ ସ୍ଥାନରେ ବିଦ୍ରୋହ ଦେଖାଦେଇପାରେ। ଯେଉଁଠାରେ ପୋଲିସ କଂଗ୍ରେସ କର୍ମୀଙ୍କୁ ଅଟକାଉଛି କିମ୍ବା ହଇରାଣ ହରକତ କରୁଛି ସେଠାରେ କର୍ମୀମାନେ ହିଂସାର ପଥ ନ ଆପଣାଇ ସବୁ ଝଡ଼ଝଞ୍ଜା ସହି ତୁରନ୍ତ ସୂଚନା ଆମପାଖକୁ ପଠାନ୍ତୁ। ଆପଣମାନେ ସଂଘବଦ୍ଧ ଭାବେ ଏହି ଅନ୍ୟାୟର ମୁକାବିଲା କରିବେ। ଆଗକୁ ଅନେକ ପଥ ଯିବାର ରହିଛି, ଇଏତ ନାମକୁମାତ୍ର ବୋଲି ଭକ୍ତ କଂଗ୍ରେସ କର୍ମୀଙ୍କୁ ଅନୁରୋଧ କରି କହିଛନ୍ତି।

ଆଜି ବିଧାନସଭା ଘେରିବ କଂଗ୍ରେସ। ଆଜି କଂଗ୍ରେସର ବଡ଼ ଆନ୍ଦୋଳନ । ବିଧାନସଭା ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରିବ ଦଳ । ଲଗାତର ଦୁଇ ଦିନ ବିଧାନସଭା ଭିତରେ ଓ ବାହାରେ ହଙ୍ଗାମା ପରେ ଆଜି କଂଗ୍ରେସର ଆନ୍ଦୋଳନ । ଷ୍ଟ୍ରାଇକରେ ସାମିଲ ହେବେ ଦଳର ସବୁ ତୁଙ୍ଗ ନେତା । ଆନ୍ଦୋଳନ ଯୋଗୁଁ ରାଜଧାନୀରେ ଟ୍ରାଫିକ ସମସ୍ୟା ବିଗିଡିପାରେ। ଟ୍ରାଫିକ ଜାମ ହେବାରୁ ଲୋକେ ହନ୍ତସନ୍ତ ହେବେ । କଂଗ୍ରେସର ଆନ୍ଦୋଳନକୁ ଦେଖି ସତର୍କ ରହିଛି କମିଶନରେଟ ପୋଲିସ । ରାଜଧାନୀରେ ବିଭିନ୍ନ ଫୋର୍ସ ମୁତୟନ କରାଯାଇଛି। ସକାଳ ୯ରୁ ଅପରାହ୍ଣ ୩ଟା ଯାଏ ରୁପାଲି ଛକରୁ ରାଜମହଲ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri