ଫୁଲବାଣୀରେ କଂଗ୍ରେସର ସତ୍ୟାଗ୍ରହ

ଫୁଲବାଣୀ ଅଫିସ, ୨୭।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ଫୁଲବାଣୀ ଜିଲା କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି  । ସୋମବାର ଦଳ ପକ୍ଷରୁ ଜିଲାର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରରେ ସତ୍ୟାଗ୍ରହ କରାଯାଇଛି । ଫୁଲବାଣୀ ବିଧାନସଭା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସତ୍ୟାଗ୍ରହ ଚାଲିଥିଲା  । କଂଗ୍ରେସ ନେତା ଓ କର୍ମୀମାନେ ଅଗ୍ନିପଥ ଯୋଜନାକୁ ବିରୋଧ କରିଥିଲେ। ସରକାର ବର୍ଷକୁ ୨ କୋଟି ଚାକିରି ପ୍ରଲୋଭନ ଦେଖାଇ କ୍ଷମତାକୁ ଆସିଥିଲେ। ଏବେ ଚାକିରି ଦେବା ଆଳରେ ଅଗ୍ନିପଥକୁ ୪ ବର୍ଷିଆ ନିଯୁକ୍ତି କରିଛନ୍ତି। ସେନାର ବଡ ପଦବୀରେ ୪ ବର୍ଷିୟା ନିଯୁକ୍ତି ଦିଆଯିବ କି ବୋଲି କଂଗ୍ରେସ ପ୍ରଶ୍ନ କରିଥିଲା। ଅଗ୍ନିପଥରେ ଯୁବକମାନଙ୍କୁ ସ୍ଥାୟୀ ନିଯୁକ୍ତି ନ ଥିବାରୁ ଏହି ଯୋଜନାକୁ ଫେରାଇ ନେବା ପାଇଁ ଦଳୀୟ ନେତାମାନେ ପ୍ରକାଶ କରିଥିଲେ ା ନଚେତ ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଥିଲେ । କଂଗ୍ରେସ ଜିଲା ସଭାପତି ଅନାମ କୁମାର ନାୟକ, ଯୁବ ସଭାପତି ବସନ୍ତ କୁମାର ପାଢ଼ୀ, ଛାତ୍ର କଂଗ୍ରେସ ସଭାପତି ଅନୁପମ କହଁର, ଶ୍ରମିକ ନେତା ଘନ କୁମାର ଶବର ପ୍ରମୁଖ ସତ୍ୟାଗ୍ରହରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri