Posted inଜାତୀୟ

ମାଗଣା ରାଶନ ଯୋଜନା ବଢ଼ାଇଲେ କେନ୍ଦ୍ର ସରକାର; କଂଗ୍ରେସ କହିଲା ଏହା ଆର୍ଥିକ ସଙ୍କଟର ଇଶାରା

ନୂଆଦିଲ୍ଲୀ,୫/୧୧: ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ ଆସନ୍ତା ପାଞ୍ଚ ବର୍ଷ ପାଇଁ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କରିବା ପରେ କଂଗ୍ରେସ ଏହି ନିଷ୍ପତିକୁ କଟାକ୍ଷ କରିଛି। କଂଗ୍ରେସ କହିଛି ଯେ, ସରକାରଙ୍କ ଏହି ନିଷ୍ପତି ଦେଶରେ ଲଗାତାର ବଢୁଥିବା ଦରଦାମ୍, ଆର୍ଥକ ସଙ୍କଟ ଏବଂ ଲୋକମାନଙ୍କ ମଧ୍ୟରେ ଅସମାନତା ହାରକୁ ଆହୁରି ବଢ଼ାଇବାର ଆଶଙ୍କା ରହିଛି। କଂଗ୍ରେସ ମହାସଚିବ ଜୟରାମ ରମେଶ ସୋସିଆଲ ମିଡ଼ିଆରେ ଏକ ପୋଷ୍ଟ କରି କେନ୍ଦ୍ର ସରକାରଙ୍କ ଟାର୍ଗେଟ କରିବା ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଦେଶ୍ୟରେ ପରିବର୍ତ୍ତନ କଥା ମଧ୍ୟ କହିଥିଲେ।

ଜୟରାମ ରମେଶ ଲେଖିଛନ୍ତି ଯେ ଅଧିକାଂଶ ଭାରତୀୟଙ୍କ ଆୟ ଅତ୍ୟାବଶ୍ୟକ ଦ୍ରବ୍ୟର ଆକାଶଛୁଆଁ ମୂଲ୍ୟ ସହିତ ମେଳ ଖାଉ ନାହିଁ। ବର୍ତ୍ତମାନ ଏହି ନୂତନ ଘୋଷଣା ଉଚ୍ଚ ସ୍ତରର ଆର୍ଥିକ ଦୁଃଖ ଏବଂ ଅସମାନତା ବୃଦ୍ଧି ହେବାର ସୂଚାଉଛି। କଂଗ୍ରେସ ନେତା ଜୟରାମ ରମେଶ ଦାବି କରିଛନ୍ତି ଯେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ସେ ସେପ୍ଟେମ୍ବର ୨୦୧୩ ରେ ସଂସଦରେ ପାରିତ ହୋଇଥିବା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) କୁ କ୍ରମାଗତ ଭାବରେ ବିରୋଧ କରି ଆସୁଥିଲେ।

ବର୍ତ୍ତମାନ ୨୦୨୪ ନିର୍ବାଚନ ପୂର୍ବରୁ ୮୦ କୋଟି ଭାରତୀୟଙ୍କୁ ମାଗଣା ରାଶନ ଦେବାକୁ ଘୋଷଣା କରିଛନ୍ତି। ଅବଶ୍ୟ ଏହା ତାଙ୍କ ଦ୍ୱାରା କରାଯାଇଥିବା ୟୁ-ଟର୍ନର ଏକମାତ୍ର ଉଦାହରଣ ନୁହେଁ ବୋଲି ସେ ଅଭିଯୋଗ କରିଛନ୍ତି। ମହାମାରୀ ସମୟରେ ଜୀବନ ରକ୍ଷାକାରୀ ବୋଲି ପ୍ରମାଣିତ ହୋଇଥିବା ମନେରଗା ପାଇଁ ମଧ୍ୟ ସରକାର ନିଜର ନିଷ୍ପତି ବଦଳାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

ବିବାହର ୨ ମାସ ପରେ ପ୍ରେମିକ ସହ ଫେରାର ସ୍ତ୍ରୀ: ସ୍ୱାମୀ ଓ ମଧ୍ୟସ୍ଥିଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୩୦।୧: କର୍ଣ୍ଣାଟକର ଦାବଣଗେରେ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ମାତ୍ର ଦୁଇ ମାସ ପରେ ଜଣେ ମହିଳା ନିଜ ପ୍ରେମିକ ସହ ଫେରାର ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri