‘ଭୋଟ ଚୋରି’ ଭିଡିଓ ଦେଖାଇଲା କଂଗ୍ରେସ

ନୂଆଦିଲ୍ଲୀ,୧୪ା୮: ନିର୍ବାଚନ କମିଶନ (ଇସି)ଙ୍କ ଦ୍ୱାରା ଭୋଟ ଚୋରି କରାଯାଉଥିବା ଅଭିଯୋଗ ଆଣି କଂଗ୍ରେସ ବୁଧବାର ଭୋଟ ଜାଲିଆତିର ଆଉ ଏକ ନୂଆ ଭିଡିଓ ଦେଖାଇଛି। ସାମ୍ବିଧାନିକ ସଂସ୍ଥାଗୁଡ଼ିକୁ ଭାଜପା ହାତମୁଠାରୁ ଛଡ଼ାଇ ଆଣିବା ପାଇଁ ଲୋକେ ସ୍ବର ଉତ୍ତୋଳନ କରିବା ଉଚିତ ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆହ୍ବାନ ଦେଇଛନ୍ତି। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ Xରେ ୧ ମିନିଟ୍‌ ବିଶିଷ୍ଟ ଏକ ଭିଡିଓ ଜାରି କରି କହିଛନ୍ତି, ଆପଣଙ୍କ ଭୋଟ ଚୋରି ହେଉଛି ଆପଣଙ୍କ ଅଧିକାରର ଚୋରି, ଆପଣଙ୍କ ପରିଚୟ ଚୋରି। ଅଗଷ୍ଟ ୧୭ରେ ବିହାର ସାରା ରାହୁଲଙ୍କ ସମେତ ଇଣ୍ଡିଆ ବ୍ଲକ୍‌ ନେତାମାନେ ସରକାର ଓ ନିର୍ବାଚନ କମିଶନଙ୍କ ବିରୋଧରେ ‘ଭୋଟ ଅଧିକାର ଯାତ୍ରା’ କରିବାକୁ ସ୍ଥିର ହୋଇଛି। ଅନ୍ୟପକ୍ଷେ ରାହୁଲଙ୍କ ମା’ ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଭାରତର ନାଗରିକତ୍ୱ ହାସଲ କରିବା ପୂର୍ବରୁ ଭୋଟର ହୋଇସାରିଥିଲେ ବୋଲି ଭାଜପା ଅଭିଯୋଗ ଆଣି ଏହାକୁ ଦେଶର ନିର୍ବାଚନୀ ଆଇନର ଉଲ୍ଲଂଘନ ବୋଲି କହିଛି। ଭାଜପା ଆଇଟି ବିଭାଗ ମୁଖ୍ୟ ଅମିତ୍‌ ମାଲବ୍ୟ ସୋସିଆଲ ମିଡିଆରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଆବାସିକ କାର୍ଯ୍ୟାଳୟର ଭୋଟର ତାଲିକାର ଏକ କପିକୁ ଶେୟାର କରି କହିଛନ୍ତି, ୧୯୮୦ ଜାନୁଆରୀ ୧ରେ ଭୋଟର ତାଲିକା ସଂଶୋଧନ ବେଳେ ସୋନିଆଙ୍କ ନାମକୁ ସେଥିରେ ଯୋଡ଼ାଯାଇଥିଲା। ଇଟାଲୀ ନାଗରିକ ସୋନିଆ ୧୯୮୩ରେ ଭାରତୀୟ ନାଗରିକତ୍ୱ ପାଇଥିବାବେଳେ ଏହାର ୩ ବର୍ଷ ପୂର୍ବରୁ ଭାରତର ଭୋଟର କିପରି ହେଲେ ବୋଲି ମାଲବ୍ୟ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri