Posted inଜାତୀୟ

ମଣିପୁର ସ୍ଥିତି ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା କଂଗ୍ରେସ

ନୂଆଦିଲ୍ଲୀ ,୧୯ା୧୧: ମଣିପୁରରେ ସ୍ଥିତି ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖି ତାଙ୍କ ହସ୍ତକ୍ଷେପ ପାଇଁ ନିବେଦନ କରିଛନ୍ତି। ସେ କହିଛନ୍ତି, ମଣିପୁରରେ ଗତବର୍ଷ ମେ’ରୁ ଜାତିଆଣ ହିଂସା ଲାଗିରହିଥିବାବେଳେ ମହିଳା ଓ ଶିଶୁଙ୍କ ସମେତ ୩୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ପାଖାପାଖି ଲକ୍ଷେ ଲୋକ ବାସହରା ହୋଇ ବିଭିନ୍ନ ରିଲିଫ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଛନ୍ତି। ୧୮ ମାସ ହେଲା ମଣିପୁରରେ ଶାନ୍ତି ଓ ସ୍ବାଭାବିକ ସ୍ଥିତି ଫେରାଇ ଆଣିବାରେ କେନ୍ଦ୍ର ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି।

ଜନସାଧାରଣଙ୍କ ଦୁଃଖଦୁର୍ଦ୍ଦଶା ବଢ଼ିଚାଲିଛି। ସେମାନେ ଯେପରି ନିଜ ଘରେ ମର୍ଯ୍ୟାଦାର ସହ ଶାନ୍ତିରେ ରହିପାରିବେ ତାହା ସୁନିଶ୍ଚିତ କରାଇବା ପାଇଁ ରାଷ୍ଟ୍ରପତି ତୁରନ୍ତ ହସ୍ତକ୍ଷେପ କରନ୍ତୁ ବୋଲି ଖାର୍ଗେ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି। ସାମ୍ବିଧାନିକ ଦୃଷ୍ଟିରୁ ଏହା ଜରୁରୀ। ଦେଶର ରାଷ୍ଟ୍ରପତି ଏବଂ ସମ୍ବିଧାନର ତତ୍ତ୍ୱାବଧାରକ ଭାବେ ମଣିପୁରରେ ଥିବା ଆମ ନାଗରିକମାନଙ୍କ ଧନଜୀବନର ସୁରକ୍ଷା ପାଇଁ ଆପଣ ତୁରନ୍ତ ହସ୍ତକ୍ଷେପ କରିବା ଆବଶ୍ୟକ । ଏହା ଦ୍ୱାରା ମଣିପୁର ଜନସାଧାରଣ ପୁଣିଥରେ ସୁରକ୍ଷା ଓ ମର୍ଯ୍ୟାଦାର ସହ ନିଜ ଘରେ ଶାନ୍ତିରେ ରହିପାରିବେ ବୋଲି ମୁଁ ଦୃଢ଼ନିଶ୍ଚିତ ଥିବା ଖାର୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri