ରାଜ୍ୟବ୍ୟାପୀ ଆନ୍ଦୋଳନ କଲା କଂଗ୍ରେସ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପକ୍ଷରୁ କରାଯାଉଥିବା ଜେରାକୁ ନେଇ ଦେଶବ୍ୟାପୀ ବିରୋଧର ସ୍ବର ତେଜିବାରେ ଲାଗିଛି। ସମାନଭାବେ ଓଡ଼ିଶାରେ ମଧ୍ୟ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ କେନ୍ଦ୍ର ସରକାରଙ୍କ ଏଭଳି କାର୍ଯ୍ୟକଳାପକୁ ଜୋର୍‌ଦାର ବିରୋଧକରି ପ୍ରତିବାଦ ସଭା ଓ ଧାରଣା ଜାରି ରହିଛି। ଗୁରୁବାର ଦଳ ତରଫରୁ ରାଜଭବନ ସମ୍ମୁଖରେ ପ୍ରତିବାଦ ସଭାର ଆୟୋଜନ କରାଯାଇଥିବା ବେଳେ ଶୁକ୍ରବାର ରାଜ୍ୟବ୍ୟାପୀ ବିରୋଧ ଏବଂ ଆନ୍ଦୋଳନ କରାଯାଇଛି। ବିଭିନ୍ନ ଜିଲାରେ କଂଗ୍ରେସ କର୍ମୀମାନେ ଏକତ୍ରିତ ହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟାନର ଜାଳିଥିବା ବେଳେ କେନ୍ଦ୍ର ବିରୋଧୀ ନାରା ଦେଇଥିଲେ। ସେହିପରି ଆସନ୍ତା ୨୦ ଏବଂ ୨୧ ତାରିଖରେ ଦଳ ପକ୍ଷରୁ ରାଜ୍ୟର ସମସ୍ତ ନଗର ଏବଂ ବ୍ଲକ କଂଗ୍ରେସ କମିଟି ତରଫରୁ ବିକ୍ଷୋଭ କରିବା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି।
କଂଗ୍ରେସ ରାଜ୍ୟବ୍ୟାପୀ କରିଥିବା ଆନ୍ଦୋଳନ ଭିତରେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ମଧ୍ୟ ପ୍ରତିବାଦ ସଭା କରିଛି। ଏଥିରେ ପିସିସି ସଭାପତିଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଯୋଗଦେଇ ଅଭିଯୋଗ କରିଥିଲେ, ଏନ୍‌ଡିଏ ନେତୃତ୍ୱାଧୀନ ଭାଜପା ସରକାର କଂଗ୍ରେସ ନେତୃବର୍ଗଙ୍କ ପ୍ରତି ଯେଉଁ ପ୍ରତିଶୋଧ ଓ ଆକ୍ରୋଶମୂଳକ କାର୍ଯ୍ୟକଳାପ ଚଳାଇଛି ତା’ର ଉଚିତ ଜବାବ ଦିଆଯିବ। କେନ୍ଦ୍ର ସରକାର କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ବ୍ୟବହାରକରି କଂଗ୍ରେସ ଶୀର୍ଷ ନେତୃବର୍ଗଙ୍କୁ ନିନ୍ଦିତ ଓ ଦୁର୍ନୀତିଗ୍ରସ୍ତ ବୋଲି ପ୍ରମାଣ କରିବାର ଯେଉଁ ମିଛ ନାଟକ ଚଳାଇଛନ୍ତି ସେକଥା ଲୋକମାନେ ବୁଝିସାରିଲେଣି। ଇଡି ମାଧ୍ୟମରେ ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ କଥାର ଯେଉଁ ମିଛ ନାଟକ ରଚାଯାଇଛି ସେହି ଘଟଣାର ପର୍ଦ୍ଦାଫାଶ ଖୁବ୍‌ଶୀଘ୍ର କରାଯିବ ବୋଲି ଦଳ ଯୁକ୍ତି ରଖିଛି।
ଭୁବନେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ପିଏମ୍‌ଜି ଛକ ସ୍ଥିତ ମୁଖ୍ୟ ପ୍ରବନ୍ଧକ ଡାକଘର କାର୍ଯ୍ୟାଳୟ ସମ୍ମୁଖରେ ବିଶ୍ୱଜିତ୍‌ ଦାସଙ୍କ ସଭାପତିତ୍ୱରେ ଏକ ପ୍ରତିବାଦ ସଭା କରାଯାଇଛି। ଏହି ଅବସରରେ ଶରତ ପଟ୍ଟନାୟକ କହିଥିଲେ, ଆସନ୍ତା ଦିନରେ ମୋଦି ସରକାରଙ୍କ ଏହି ଆକ୍ରୋଶମୂଳକ ରାଜନୀତି ବିରୋଧରେ ଉଚିତ ଜବାବ ଦିଆଯିବ। କଂଗ୍ରେସ ନେତୃବର୍ଗଙ୍କ ଉପରେ ଦିଲ୍ଲୀ ପୋଲିସର ବର୍ବରୋଚିତ ଆକ୍ରମଣ ଏବଂ ଇଡି ମାଧ୍ୟମରେ ରାହୁଲ ଓ ସୋନିଆ ଗାନ୍ଧୀଙ୍କ ଛବିକୁ ମଳିନ କରିବା ଲାଗି ଯେଉଁ ହୀନ ଉଦ୍ୟମ ଚାଲିଛି ତାକୁ ସଫଳ ହେବାକୁ ଦେବୁ ନାହିଁ। ସାରା ରାଜ୍ୟରେ କଂଗ୍ରେସ ବର୍ତ୍ତମାନ ଏକତ୍ରିତ ହୋଇଛି। ମୋଦି ସରକାରଙ୍କ ଜନବିରୋଧୀ କାର୍ଯ୍ୟକଳାପ ବିରୋଧରେ ଲଢ଼େଇ କରିବା ଲାଗି ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ସେ କହିଛନ୍ତି। ଶିବାନନ୍ଦ ରାୟ କହିଥିଲେ, ସମୁଦାୟ ଘଟଣାରେ ରାଜନୈତିକ ଚାଲ ଖେଳିବା ପାଇଁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ବ୍ୟବହାର କରାଯାଉଛି। ବିଧାୟକ ସୁରେଶ ରାଉତରାୟ କହିଥିଲେ, ବର୍ତ୍ତମାନ ସାରା ରାଜ୍ୟରେ କଂଗ୍ରେସ ଲୋକ ଜାଗିଲେଣି। କେନ୍ଦ୍ର ସରକାରଙ୍କ ଏଭଳି କାର୍ଯ୍ୟରେ ସାଧାରଣ ଲୋକ ଅତିଷ୍ଠ ହୋଇଗଲେଣି। ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ କହିଥିଲେ, ଛାତ୍ର ଓ ଯୁବ ସମାଜ ମୋଦିଙ୍କ ଷଡ଼ଯନ୍ତ୍ରର ଉପଯୁକ୍ତ ଜବାବ ଦେବା ପାଇଁ ପ୍ରସ୍ତୁତ।


Enter your email to get our daily news in your inbox.

All Right Reserved By Dharitri.Com

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri