ଭୋଟରଙ୍କୁ ଆକୃଷ୍ଟ କରିବାକୁ କଂଗ୍ରେସର ରଣକୌଶଳ

ଧାମନଗର,୧୮।୧୦(ସ୍ବ.ପ୍ର.): ଉପନିର୍ବାଚନ ପାଇଁ ଧାମନଗର ରାଜନୀତି ସରଗରମ ହୋଇଛି। ନିଜ ସପକ୍ଷରେ ଜନମତ ହାତେଇବା ଲାଗି ଭାଜପା, ବିଜେଡି ଓ କଂଗ୍ରେସ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି। ଘନ ଘନ ବୈଠକ, ସମ୍ମିଳନୀ ଆଦି କରାଯାଇ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ନେଇ କର୍ମୀମାନଙ୍କୁ ପରାମର୍ଶ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ଧାମନଗର ବ୍ଲକ ୧୨ ନଂ. ଜୋନ୍‌ର ଅସୁରାଳି ବଜାର ନିକଟସ୍ଥ ଏକ ସ’ମିଲଠାରେ ସୋମବାର ପୂର୍ବାହ୍ନରେ କଂଗ୍ରେସ ପକ୍ଷରୁ ଜୋନସ୍ତରୀୟ ସାଙ୍ଗଠନିକ ବୈଠକ କରାଯାଇଛି। ରବୀନ୍ଦ୍ର ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ କଂଗ୍ରେସ ପ୍ରାର୍ଥୀ ହରେକୃଷ୍ଣ ସେଠୀଙ୍କ ସହ ବ୍ଲକ ସଭାପତି ପ୍ରସନ୍ନ କୁମାର ଧଳ, ଜୋନ୍‌ ସଭାପତି ନିମାଇଁ ଚରଣ ଯେନା, ଜିଲା କଂଗ୍ରେସ କମିଟି ସଦସ୍ୟ ଅରବିନ୍ଦ ନାୟକ, ଅସୁରାଳି ପଞ୍ଚାୟତ ସଭାପତି ସୁଧୀର ଖଟୁଆ, ଶ୍ରୀକାନ୍ତ କୁମାର ପଣ୍ଡା, ଆଲୋକ ସ୍ବାଇଁ ପ୍ରମୁଖ ଯୋଗ ଦେଇଥିଲେ। ଏହି ଉପନିର୍ବାଚନ ପାଇଁ ଦଳକୁ କିପରି ସୁଦୃଢ଼ କରାଯାଇ ନିର୍ବାଚନୀ ବୈତରଣୀ ପାର୍‌ ହେବା ଏବଂ ପଞ୍ଚାୟତ ସ୍ତରରେ ପ୍ରତ୍ୟେକ ୱାର୍ଡକୁ ଯାଇ ଭୋଟରଙ୍କୁ ଆକୃଷ୍ଟ କରିବା ସହ ପ୍ରତିପକ୍ଷ ପ୍ରାର୍ଥୀମାନଙ୍କୁ ପରାଜୟର ସ୍ବାଦ ଦେବା ପାଇଁ ରଣକୌଶଳ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଜିଲା କଂଗ୍ରେସ କମିଟି ପକ୍ଷରୁ ନିଯୁକ୍ତ କରାଯାଇଥିବା ଅସୁରାଳି ଜୋନ୍‌ର ପର୍ଯ୍ୟବେକ୍ଷକ ସୁଧାଂଶୁ ଶେଖର ନାୟକ ଓ ଆଶୁତୋଷ ପରିଡ଼ା ବୈଠକରେ ଉପସ୍ଥିତ ଥିଲେ। ୮ ପଞ୍ଚାୟତରୁ ବହୁ ଦଳୀୟ କର୍ମୀ ଏଥିରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri