ଆସନ୍ତା ୫ରେ ରାଜଭବନ ଘେରିବ କଂଗ୍ରେସ

ଭୁବନେଶ୍ବର, ୩ା୮(ବ୍ୟୁରୋ): ଦିନକୁ ଦିନ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍‌ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ହେବାରେ ଲାଗିଛି। ବେକାରି ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ପ୍ରଭୃତି ଉପରେ ଜିଏସ୍‌ଟି ଲାଗୁ ଆଦି ବିରୋଧରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତା କଥା ଲୋକଙ୍କ ପାଖରେ ପହଞ୍ଚାଯିବ। ଏହାକୁ ନେଇ ଆସନ୍ତା ୫ ତାରିଖରେ ‘ରାଜଭବନ ଘେରାଉ’ କରାଯିବ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି।

କଂଗ୍ରେସ ଭବନଠାରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପିସିସି ସଭାପତି କହିଛନ୍ତି, ୨୦୧୪ ମସିହାରେ ନରେନ୍ଦ୍ର ମୋଦି ସରକାର ଭାରତବର୍ଷର ଜନସାଧାରଣଙ୍କୁ ‘ଅଚ୍ଛେଦିନ୍‌’ର ସ୍ବପ୍ନ ଦେଖାଇଥିଲେ। କିନ୍ତୁ ଗତ ୮ ବର୍ଷ ଭିତରେ ‘ଅଚ୍ଛେଦିନ୍‌’ ପରିବର୍ତ୍ତେ ଭାରତର ଜନସାଧାରଣ ଦୁର୍ବିସହ ଜୀବନ ବିତାଉଛନ୍ତି। ତରବରିଆ ଭାବେ ଜିଏସ୍‌ଟି ଲାଗୁକରି ଏହାଦ୍ୱାରା ଜିନିଷପତ୍ରର ଦରଦାମ ବହୁ ମାତ୍ରାରେ କମିଯିବ ବୋଲି କେନ୍ଦ୍ର ସରକାର ସ୍ବପ୍ନ ଦେଖାଇଥିଲେ। ଖାଉଟିମାନଙ୍କୁ ଏହାଦ୍ୱାରା ଲାଭ ମିଳିବ ବୋଲି କହିଥିଲେ। କିନ୍ତୁ ଶେଷରେ ଲୋକଙ୍କ ସର୍ବନିମ୍ନ ଆବଶ୍ୟକତା ଚୁଡ଼ା, ମୁଢ଼ି, ଗୁଡ଼, ଚାଉଳ, ଚୂନା, ପନିର, ଅଟା, ପେନ୍‌ସିଲ, କଟର, ଖାତା ଇତ୍ୟାଦି ଉପରେ ମଧ୍ୟ ୫% ଜିଏସ୍‌ଟି ଲଗାଇବାକୁ ଭୁଲିଲେ ନାହିଁ। ଏହିସବୁ ପ୍ରସଙ୍ଗରେ କଂଗ୍ରେସ ରାଜଭବନ ଘେରାଉ କରିବ। ସେହିଭଳି ଜିଲାସ୍ତରରେ ଜିଲାପାଳଙ୍କ ଅଫିସ ବା ଅତିରିକ୍ତ ଜିଲାପାଳଙ୍କ ଅଫିସକୁ ଘେରାଉ କରାଯିବ ବୋଲି ପିସିସି ସଭାପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri