Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ପଦ ପ୍ରାର୍ଥିଙ୍କୁ ନେଇ କୌଣସି ଟିପ୍ପଣି କରା ନ ଯାଉ, କଂଗ୍ରେସ ପ୍ରବକ୍ତାଙ୍କୁ ଦଳର ପରାମର୍ଶ

ନୂଆଦିଲ୍ଲୀ,୨୩ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଖୁବ ଟଣାଭିଡା ଲାଗି ରହିଛି । ଏବେ ସ୍ପଷ୍ଟ ହୋଇଛି କି ଏହି ନିର୍ବାଚନରେ ରାହୁଲ ଗାନ୍ଧୀ ଭାଗ ନେଉ ନାହାନ୍ତି । ଏହାସହ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ରେସରେ ଆଗରେ ଥିବା ସ୍ପଷ୍ଟ ହୋଇଛି । ତେବେ ଅଧ୍ୟକ୍ଷ ପଦକୁ ନେଇ ବାକି ନେତାମାନେ ବି ସେମାନଙ୍କର ଦାବି ଉପସ୍ଥାପନ କରିବାକୁ ଯାଉଛନ୍ତି । ଏହାକୁ ଦେଖି ଅନୁମାନ କରାଯାଉଛି କି କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଏକରୁ ଅଧିକ ପ୍ରାର୍ଥି ନାମାଙ୍କନ ଦାଖଲ କରିପାରନ୍ତି । ଏବେ ଏହି ନିର୍ବାଚନର ଗମ୍ଭିରତାକୁ ଦେଖି କଂଗ୍ରେସ ବି ତା’ର ପ୍ରସ୍ତୁତି ଆରମ୍ଭ କରି ଦେଇଛି । ଦଳ ପକ୍ଷରୁ ସମସ୍ତ ପ୍ରବକ୍ତାଙ୍କୁ କଡା ଚେତାବନୀ ଦିଆଯାଇଛି କି ଅଧ୍ୟକ୍ଷ ପଦର ପ୍ରାର୍ଥୀଙ୍କୁ ନେଇ କୌଣସି ପ୍ରକାରର ଟିପ୍ପଣିଠାରୁ ଦୂରେଇ ରୁହନ୍ତୁ ।

କଂଗ୍ରେସ ତା’ର ପ୍ରବକ୍ତା ଓ ସଂଚାର ବିଭାଗର ଅନ୍ୟ ପଦାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି କି ସେମାନେ ଦଳର ଅଧ୍ୟକ୍ଷ ପଦ ନିର୍ବାଚନରେ ପ୍ରାର୍ଥୀଙ୍କ ବିଷୟରେ କିଛି ବି ଟିପ୍ପଣିଠାରୁ ଦୂରେଇ ରୁହନ୍ତୁ । ପାର୍ଟି ମହାସଚିବ ତଥା ସଂଚାର ବିଭାଗର ପ୍ରଭାରୀ ଜୟରାମ ରମେଶ ତାଙ୍କ ବିଭାଗର ପଦାଧିକାରୀଙ୍କୁ ପଠାଇଥିବା ବାର୍ତ୍ତାରେ ଏହା କହିଛନ୍ତି । ଗୋଟିଏ ଦିନ ପୂର୍ବରୁ ପ୍ରବକ୍ତା ଗୌରବ ବଲ୍ଲଭ ଅଧ୍ୟକ୍ଷ ପଦ ପାଇଁ ଅଶୋକ ଗେହଲଟଙ୍କୁ ଖୋଲାଖୋଲି ସମର୍ଥନ କରିବା ସହ ଶଶି ଥରୁରଙ୍କୁ ଟାର୍ଗେଟ କରିଥିବା ବେଳେ ରମେଶ ଏବେ ଏହି ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri