Posted inଜାତୀୟ

ପାଲେଷ୍ଟାଇନକୁ ସମର୍ଥନ କଲା କଂଗ୍ରେସ

ନୂଆଦିଲ୍ଲୀ,୧୦।୧୦: ମଧ୍ୟ ପୂର୍ବ ଦେଶ ଇସ୍ରାଏଲରେ ପାଲେଷ୍ଟାଇନ ଉଗ୍ରବାଦୀ ସଂଗଠନ ହମାସର ବର୍ବର ଆକ୍ରମଣ ପରେ ସାରା ବିଶ୍ୱରେ ଚହଳ ସୃଷ୍ଟି କରିଛି। ଭାରତ ଆନୁଷ୍ଠାନିକ ଭାବେ ଏହାର ରଣନୈତିକ ସହଯୋଗୀ ଇସ୍ରାଏଲ ସହିତ ଏକତା ପ୍ରକାଶ କରିଥିବାବେଳେ କଂଗ୍ରେସ ସାଧାରଣ ସଂପାଦକ ଭେନୁଗୋପାଲ ଏହି ପ୍ରସଙ୍ଗରେ ପାଲେଷ୍ଟାଇନକୁ ସମର୍ଥନ କରିଛନ୍ତି। ତୁରନ୍ତ ଯୁଦ୍ଧ ବିରତି କରିବାର ଆବଶ୍ୟକତା ଦର୍ଶାଇ କଥାବାର୍ତ୍ତା ଜରିଆରେ ସମସ୍ୟାର ସମାଧାନ କରିବାକୁ ପରାମର୍ଶ ଦେଇଥିଲେ। କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲ୍ୟୁଡିସି) ର ବୈଠକ ପରେ ସେ ପାଲେଷ୍ଟାଇନ ସମର୍ଥନରେ ସେ ଏହି କଥା କହିଥିଲେ।
ସୂଚନାଯୋଗ୍ୟ, ହମାସ ସଂଗ୍ରାମୀଙ୍କ ଇସ୍ରାଏଲ ଉପରେ ଆକ୍ରମଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲ ସହ ଏକତା ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ, ଇସ୍ରାଏଲରେ ହମାସ ଆକ୍ରମଣ ପରେ ନିହତ ହୋଇଥିବା ସାଧାରଣ ନାଗରିକଙ୍କୁ ସେ ସମବେଦନା ଜଣାଇଥିଲେ। ଏହି କଷ୍ଟ ସମୟରେ ଭାରତ ଇସ୍ରାଏଲ ସହିତ ଛିଡା ହୋଇଛି। ଇସ୍ରାଏଲ-ହମାସ ବିବାଦରେ ଆମେରିକା, ବ୍ରିଟେନ, ଜର୍ମାନୀ, ୟୁକ୍ରେନ, ବ୍ରାଜିଲ, ଅଷ୍ଟ୍ରେଲିଆ ସମେତ ପଶ୍ଚିମ ଦେଶ ଇସ୍ରାଏଲ ସହିତ ଥିବା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri