ପୌରପାଳିକାର ଅପାରଗତା, ଦୁର୍ନୀତି ପ୍ରତିବାଦରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌରପାଳିକାର ଅପାରଗତା ଓ ଦୁର୍ନୀତି ପ୍ରତିବାଦରେ ନଗର କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇ କଂଗ୍ରେସ ନେତା ଓ କର୍ମୀମାନେ ବଲାଙ୍ଗୀର ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୁଦ୍ଧରେ କଡା ପ୍ରତିକ୍ରିୟା ପ୍ରକାଶ କରିଥିଲେ। ନିଜ ଅପାରଗତାକୁ ଘୋଡାଇବାକୁ ଯାଇ ପୌରାଧ୍ୟକ୍ଷା ଓ କାଉନସିଲରମାନେ ପୂର୍ତ୍ତ ଓ ଏନଏଚ ବିଭାଗ ଘେରାଉ ନାଟକ କରୁଛନ୍ତି ବୋଲି ଅଭିଯୋଗ କରିଥିଲେ । ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ବଲାଙ୍ଗୀର ବିଧାୟକ ଥିବାବେଳେ ସହରର ଯେଉଁ ଉନ୍ନତିମୂଳକ କାର୍ଯ୍ୟ ହେଉଥିଲା ତାକୁ ପୌରପାଳିକା ବିରୋଧ କରିଥିଲେ । ଏବେ ପୂର୍ତ୍ତ ଓ ଏନଏଚ ବିଭାଗ ଉପରେ ଦୋଷ ଦେଇ ଖସିବାକୁ ଚେଷ୍ଟା କରୁଛନ୍ତି ବୋଲି ଅଭିଯୋଗ କରିଥିଲେ। ମହାରାଣୀ ସାଗର, ସହରର ଡ୍ରେନ ଓ ଟାଉନ ହଲ ନିର୍ମାଣରେ ବ୍ୟାପକ ଅନିୟମିତତା ଅଭିଯୋଗ କରିଥିଲେ। ସମଲେଶରୀ ମନ୍ଦିର ଭିତରେ ଡ୍ରେନ ପାଣି ଲହଡ଼ି ମାରିବା ଘଟଣାରେ ବଲାଙ୍ଗୀରବାସୀ ମର୍ମାହତ ହୋଇପଡିଛନ୍ତି। ଲୋକେ ପ୍ରତିକ୍ରିୟାଶୀଳ ହେବା ପରେ ଧ୍ୟାନ ହଟାଇବାକୁ ପୌରପାଳିକା ଏବେ ଘେରାଉ ନାଟକ କରୁଛନ୍ତି ବୋଲି ଅଭିଯୋଗ କରିଥିଲେ। ନଗର ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ମନୀଷ ମିଶ୍ର, ସାନନ୍ଦ ମିଶ୍ର, ଓମ ପ୍ରକାଶ କୁମ୍ଭାର, ସନ୍ତକ ବହିଦାର, ଅଜୟ ବାଲି, ଜୁଲୁ ପଟ୍ଟନାୟକ, ବ୍ରଜ ସେଠୀ, କୈଳାଶ ମିଶ୍ର , ଅସିତ୍‌ ମିଶ୍ର, ଚିନ୍ମୟ ବେହେରା, ହିମାଂଶୁ ନାୟକ ଓ ଅନ୍ୟମାନେ ଉପସ୍ଥିତଥିଲେ। ନଗର କଂଗ୍ରେସ ପକ୍ଷରୁ ପୌରପାଳିକା ଦୁର୍ନୀତିର ତଦନ୍ତ କରିବାକୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri