କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ ହେଲା ପ୍ରଶାସନ ପକ୍ଷରୁ ସେଥିରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଫଳରେ ଏହି ରାସ୍ତାରେ ଉଭୟ କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ତୁର୍କେଲ ପୋଲ ନିର୍ମାଣ ଦାବିରେ କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗତ ୧୦୦ ଦିନ ଧରି ଅହୋରାତ୍ର ଧାରଣା ଜାରି ରହିଥିଲେ ମଧ୍ୟ ରାଜ୍ୟ ସରକାର କିମ୍ବା ଜିଲା ପ୍ରଶାସନ ପକ୍ଷରୁ କୌଣସି ଦୃଶ୍ୟମାନ ପଦକ୍ଷେପ ନିଆଯାଇ ନାହିଁ।

ଏହି ଆନ୍ଦୋଳନକୁ ଆହୁରି ତୀବ୍ର କରିବା ପାଇଁ ମଙ୍ଗଳବାର ଦିନ ଜିଲା କଂଗ୍ରେସ ପକ୍ଷରୁ ତୁର୍କେଲଠାରୁ ଭବାନୀପାଟଣା ପର୍ଯ୍ୟନ୍ତ ପ୍ରାୟ ୩୫ କିମି ବାଟ ଏକ ବିଶାଳ ପଦଯାତ୍ରା କରାଯାଇଛି। ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସଙ୍କ ନେତୃତ୍ୱରେ ଏବଂ ଜିଲା ସଭାପତି ଜଳନ୍ଧର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପଦଯାତ୍ରାରେ ବହୁ ଦଳୀୟ ନେତା, କର୍ମୀ ଓ ସାଧାରଣ ଲୋକେ ସାମିଲ ହୋଇଥିଲେ। ପଦଯାତ୍ରା ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ୪ ଦଫା ଦାବିପତ୍ର ପ୍ରଦାନ କରାଯାଇଛି, ଯେଉଁଥିରେ ତୁର୍କେଲ ବ୍ରିଜ୍ ମରାମତି ପାଇଁ ଶୀଘ୍ର ଟେଣ୍ଡର ଆହ୍ୱାନ କରାଯାଇ ତୁରନ୍ତ କାମ ଆରମ୍ଭ କରିବାକୁ ଦାବି କରାଯାଇଛି।

ଏହି ପଦଯାତ୍ରା ଓ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଦଳୀୟ ସାଙ୍ଗଠାନିକ ଇନଚାର୍ଜ ଧନୁର୍ଦ୍ଧର ଗହୀର, ଜିଲା ଯୁବ କଂଗ୍ରେସ ସଭାପତି ମହମ୍ମଦ ସାହେବ, ପୂର୍ବତନ ଜିଲା ସଭାପତି ଭାରତ ଭୂଷଣ ବେମାଲ, ଭବାନୀପାଟଣା ବ୍ଲକ ସଭାପତି ସୁବାଷ ପ୍ରଧାନ, ଜିଲା ମହିଳା ସଭାନେତ୍ରୀ ପ୍ରଗତୀ ନାୟକ, ମହିଳା ନେତ୍ରୀ ଦ୍ରୌପଦୀ ମାଝୀ, ଉତ୍ସବ ସାହୁ, ଆଲୋକ ପଟେଲ, କେଦାର ସାହୁ ଏବଂ ରାହସ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri