Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରୀ ନେଇ ଭାଜପାକୁ ଟାର୍ଗେଟ କଲା କଂଗ୍ରେସ, ମୋଦିଙ୍କୁ ରାଜଧର୍ମ ପାଳନ କରିବାକୁ କହିଥିଲେ ବାଜପେୟୀ…

ନୂଆଦିଲ୍ଲୀ,୨୧।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିବିସିର ଏକ ଡକ୍ୟୁମେଣ୍ଟାରୀକୁ ସେନ୍ସର କରିଥିବାରୁ କଂଗ୍ରେସ ଶନିବାର କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛି। ଦଳ ପ୍ରଶ୍ନ କରିଛି ଯେ ୨୦୦୨ ଗୁଜୁରାଟ ଦଙ୍ଗା ପରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ମୋଦିଙ୍କୁ ରାଜଧର୍ମ ପାଳନ କରିବାକୁ କାହିଁକି ମନେ ପକାଇଥିଲେ?

ସୂଚନାନୁସାରେ, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ (ଏମଆଇବି) ଡକ୍ୟୁମେଣ୍ଟାରୀ ଇଣ୍ଡିଆ: ଦ ମୋଦି କୋଶ୍ଚିନ ସହିତ ଲିଙ୍କଶେୟାର କରୁଥିବା ଅନେକ ୟୁଟ୍ୟୁବ ଭିଡିଓ ଏବଂ ଟୁଇଟର ପୋଷ୍ଟକୁ ଅବରୋଧ କରିବାକୁ ନିର୍ଦ୍ଦେଶ ଜାରି କରିଛି। ଏହାପୂର୍ବରୁ ବହିର୍ବ୍ୟାପାର ମନ୍ତ୍ରଣାଳୟ ଡକ୍ୟୁମେଣ୍ଟାରୀକୁ ଏକ ପ୍ରଚାର ପ୍ରସାରର ଅଂଶ ବୋଲି କହିଥିଲା। ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ଏଥିରେ ନିରପେକ୍ଷତା ଅଭାବ ରହିଛି ଏବଂ ଏକ ଔପନିବେଶିକ ମାନସିକତା ଏଥିରେ ପ୍ରତିଫଳିତ ହୋଇଛି।

ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି କଂଗ୍ରେସର ମହାସଚିବ ତଥା ସଂଚାର ପ୍ରଭାରୀ ଜୟରାମ ରମେଶ ଟୁଇଟ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ସମର୍ଥକ କହିଛନ୍ତି ଯେ ବିବିସି ଡକ୍ୟୁମେଣ୍ଟାରୀ ମୋଦିଙ୍କୁ ବଦନାମ କରିବା ଲାଗି କରାଯାଇଛି। ତେଣୁ ସରକାରଙ୍କ ପକ୍ଷରୁ ସେନ୍ସରସିପ ଲାଗୁ କରାଯାଇଛି। ତେବେ କାହିଁକି ପ୍ରଧାନମନ୍ତ୍ରୀ ବାଜପେୟୀ ଚାହୁଁଛନ୍ତି ଯେ ମୋଦି ୨୦୦୨ରେ ଇସ୍ତଫା ଦିଅନ୍ତୁ। ଲାଲକୃଷ୍ଣ ଆଡଭାନୀଙ୍କ ଇସ୍ତଫା ଦେବାର ଧମକ ପରେ ଏହା ଉପରେ ବାଜପେୟୀ ଚାପ ପକାଇ ନ ଥିଲେ ବୋଲି ଜୟରାମ ରମେଶ କହିଛନ୍ତି।

କଂଗ୍ରେସର ମହାସଚିବ କେ.ସି ଭେନୁଗୋପାଲ ଶୁକ୍ରବାର ଅଭିଯୋଗ କରିଛନ୍ତି ଯେ ୨୧ ବର୍ଷ ପରେ ମଧ୍ୟ ମୋଦି ୨୦୦୨ର ସତ୍ୟତାକୁ ନେଇ ଡରି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri