Posted inଜାତୀୟ

୨୦୨୧ ଜାନୁୟାରୀରେ କଂଗ୍ରେସକୁ ମିଳିବ ନୂଆ ଅଧ୍ୟକ୍ଷ: ରାହୁଲଙ୍କ ପ୍ରତ୍ୟାବର୍ତ୍ତନ ନେଇ ଅନିଶ୍ଚିତତା !

ନୂଆଦିଲ୍ଲୀ, ୧୭।୧୦: କଂଗ୍ରେସରେ ଅଧ୍ୟକ୍ଷ ନିଯୁକ୍ତି ନେଇ ସଙ୍କଟ ଜାରି ରହିଛି। ଦଳ ପକ୍ଷରୁ ଗଠନ କରାଯାଇଥିବା ୧୨ ଜଣିଆ ସଦସ୍ୟତା କମିଟି ପକ୍ଷରୁ ଇତିମଧ୍ୟରେ ଅଧ୍ୟକ୍ଷ ନିଯୁକ୍ତି ଲାଗି ୨ ଥର ବୈଠକ ମଧ୍ୟ ଅନୁଷ୍ଠିତ ହୋଇସାରିଛି। ୨୦୨୧ ଜାନୁୟାରୀରେ ଦଳକୁ ନୂଆ ଅଧ୍ୟକ୍ଷ ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। କାମଚଳା ଅଧ୍ୟକ୍ଷ ଭାବେ ସୋନିଆ ଗାନ୍ଧୀ କାର୍ଯ୍ୟକରୁଥିଲେ ବି ସ୍ଥାୟୀ ଅଧ୍ୟକ୍ଷ ବିନା ଦଳର ସଂଗଠନ ସୁଦୃଢ଼ ହୋଇ ପାରିବ ନାହିଁ ବୋଲି ବରିଷ୍ଠ ନେତାଏ ବୁଝି ସାରିଲେଣି। ଭାଜପା ସହିତ କଡ଼ା ଟକ୍କର ଦେବା ଲାଗି ଟାଣୁଆ ଅଧ୍ୟକ୍ଷ ଏବେ ଦଳ ପାଇଁ ଆବଶ୍ୟକ। ରାହୁଲ ଗାନ୍ଧୀ ପୂର୍ବରୁ ଅଧ୍ୟକ୍ଷ ପଦ ଲାଗି ମନା କରିଛନ୍ତି। ଏହା ସହିତ ସେ କହିଛନ୍ତି ଯେ, ଗାନ୍ଧୀ ପରିବାରର କୌଣସି ସଦସ୍ୟ ଏହି ପଦବୀରେ ମଧ୍ୟ ରହିବେ ନାହିଁ। ତେବେ ସୋନିଆଙ୍କ ସ୍ବାସ୍ଥ୍ୟ ଭଲ ରହୁ ନ ଥିବାରୁ ହୁଏତ ସେ ପୁଣି ପ୍ରତ୍ୟାବର୍ତ୍ତନ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ମାତ୍ର ଏହା ସମ୍ପୂର୍ଣ୍ଣ ଅନିଶ୍ଚିତତା ମଧ୍ୟରେ ରହିଛି। ରାହୁଲଙ୍କ ଯଦି ରାଜି ହେଉ ନାହାଁନ୍ତି ତେବେ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ସୋନିଆ ଏଥିପାଇଁ ରାଜି କରାଇବା ଉଚିତ ବୋଲି ବରିଷ୍ଠ କଂଗ୍ରେସ ନେତା ଦିଗ୍‌ ବିଜୟ ସିଂ ମତାମତା ଦେଇଛନ୍ତି। ପୁଣି ଥରେ ରାହୁଲଙ୍କୁ ବୁଝାସୁଝା କରିବା ଲାଗି ଅନ୍ୟ ବରିଷ୍ଠ ନେତା ଅଣ୍ଟା ଭିଡ଼ିଛନ୍ତି। ସୂଚନାଯୋଗ୍ୟ ୨୦୧୭ରେ ରାହୁଲ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଥିଲେ। ତାଙ୍କ କାର୍ଯ୍ୟକାଳ ୨୦୨୨ ପର୍ଯ୍ୟନ୍ତ ଥିଲା। ୨୦୧୯ ଲୋକ ସଭା ନିର୍ବାଚନରେ ଦଳର ପରାଜୟ ପାଇଁ ନିଜକୁ ଦାୟୀ କରି ରାହୁଲ ନୈତିକତା ଦୃଷ୍ଟିରୁ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri