୭ରୁ ୧୫ ବିଧାନସଭା ଘେରିବ କଂଗ୍ରେସ

ଭୁବନେଶ୍ୱର, ୪।୧(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ବଦଳାଇ ବିଭି-ଜି ରାମ ଜି ରଖିବା କେବଳ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଉପରେ ଆକ୍ରମଣ ନୁହେଁ, ବରଂ ଦେଶର ବହୁ କୋଟି ଗରିବ, ଖଟିଖିଆ, ଶ୍ରମିକଙ୍କ ରୋଟି ଉପରେ ଆକ୍ରମଣ। ଗଡ୍‌ସେଙ୍କ ଅନୁଗାମୀ ଦଳ ବର୍ତ୍ତମାନ ମହାତ୍ମା ଗାନ୍ଧୀଙ୍କ ଦର୍ଶନକୁ ଧ୍ୱଂସକରିବାକୁ ଚାହୁଁଛି। ଜି ରାମ ଜି ଯୋଜନାରେ ପ୍ରାୟ ୧୨ କୋଟି ଶ୍ରମିକ ଏବଂ ପରିବାରକୁ ଯଦି ମିଶାଯାଏ ତେବେ ୫୦ କୋଟି ବ୍ୟକ୍ତି ଏହାଦ୍ୱାରା ପ୍ରଭାବିତ ହେବେ। ଆସନ୍ତା ୮ରୁ ଫେବୃଆରୀ ୧୬ ତାରିଖ ପର୍ଯ୍ୟନ୍ତ ଏହା ବିରୋଧରେ ପିସିସି ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଶନିବାର ଏଆଇସିସି ସାଧାରଣ ସମ୍ପାଦକ ରଣଦୀପ ସୂର୍ଯ୍ୟଓ୍ୱୋଲା କହିଛନ୍ତି।
ଭବନଠାରେ ସୂର୍ଯ୍ୟଓ୍ୱୋଲା କହିଛନ୍ତି, ଏହି ଯୋଜନାରେ କେନ୍ଦ୍ର ସରକାର ସମସ୍ତ ଖର୍ଚ୍ଚ ବହନ କରୁଥିଲା। କିନ୍ତୁ ନୂଆ ଯୋଜନାରେ କେନ୍ଦ୍ର ୬୦% ଓ ରାଜ୍ୟ ୪୦% ଖର୍ଚ୍ଚ ବହନ କରିବାର ପ୍ରାବଧାନ ରଖିଛନ୍ତି। କେନ୍ଦ୍ର ସରକାର ଜିଏସ୍‌ଟି ଓ ସେସ୍‌ ଆଦାୟ କରିବା ପରେ ରାଜ୍ୟ ସରକାର କେଉଁଠାରୁ ଟଙ୍କା ପାଇବେ ଏହା ସବୁଠାରୁ ବଡ଼ ପ୍ରଶ୍ନ। ମନରେଗା ଯୋଜନାକୁ କେନ୍ଦ୍ର ସରକାର ହତ୍ୟା କରିଛନ୍ତି। ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌କୁ ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ଓଡ଼ିଶାର କାର୍ଯ୍ୟାଳୟକୁ ଘେରାଉ ସହ ପ୍ରତ୍ୟେକ ଜିଲାରେ ପ୍ରତିବାଦ କରାଯାଇଥିଲା। ଓଡ଼ିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ କହିଛନ୍ତି, କଂଗ୍ରେସ ପ୍ରତି ରାଜ୍ୟରେ ଆସନ୍ତା ୮ରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ କରିବ। ୧୦ରେ ସବୁ ଜିଲା କଂଗ୍ରେସ କମିଟି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ, ୧୧ରେ ଏକଦିବସୀୟ ଉପବାସ ଓ ପ୍ରତୀକାତ୍ମକ ପ୍ରତିବାଦ କରିବ। ୧୨ରୁ ୨୯ ତାରିଖ ପର୍ଯ୍ୟନ୍ତ ପଞ୍ଚାୟତ ସ୍ତରୀୟ କାର୍ଯ୍ୟକ୍ରମ ଓ ବିଧାନସଭା ସ୍ତରୀୟ ବୈଠକ ଏବଂ ପ୍ରଚାରପତ୍ର ବଣ୍ଟନ କରିବ। ୩୦ରେ ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଅବସରରେ ପ୍ରତ୍ୟେକ ୱାର୍ଡରେ ଶାନ୍ତିପୂର୍ଣ୍ଣ ଧାରଣା, ୩୧ରୁ ଫେବୃଆରୀ ୬ ଯାଏ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଜିଲାସ୍ତରୀୟ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ବଞ୍ଚାଅ ଧାରଣା ଓ ଭିବି ରାମ ଜି ଆଇନ ପ୍ରତ୍ୟାହାର ନିମନ୍ତେ ସ୍ମାରକପତ୍ର ପ୍ରଦାନ କରାଯିବ। ୭ରୁ ୧୫ ପର୍ଯ୍ୟନ୍ତ ବିଧାନସଭା ଘେରାଉ କରାଯିବ। ୧୬ରୁ ୨୫ ଯାଏଁ ଏଆଇସିସି ପକ୍ଷରୁ ରାଜ୍ୟର ୪ଟି ଜୋନ୍‌ରେ ଜୋନ୍‌ସ୍ତରୀୟ ରାଲି ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri