Posted inଜାତୀୟ

ଆଦାନୀ ପ୍ରସଙ୍ଗ: ସରକାରଙ୍କୁ ପ୍ରତିଦିନ ୩ ପ୍ରଶ୍ନ ପଚାରିବ କଂଗ୍ରେସ

ନୂଆଦିଲ୍ଲୀ,୫।୨ :ଆମେରିକାର ଶର୍ଟ ସେଲର ହିଣ୍ଡେନବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ୍‌ର ଜାଲିଆତିକୁ ପଦାରେ ପକାଇବା ପରେ ଏହି ଗ୍ରୁପ୍‌ କମ୍ପାନୀର ଶେୟାର ମୂଲ୍ୟ ହ୍ରାସ ପାଇଚାଲିଛି। ଏହି ପ୍ରସଙ୍ଗରେ କଂଗ୍ରେସ ରବିବାରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦୈନିକ ୩ଟି ପ୍ରଶ୍ନ ପଚାରିବ ବୋଲି ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି। ଭାରତରୁ ବିଦେଶକୁ ଯାଉଥିବା ଏବଂ ସେଠାରୁ ଦେଶକୁ ଆସୁଥିବା କଳାଧନ ଉପରେ ନଜର ରଖିବା ଲାଗି ଏକାଧିକ ତଦନ୍ତକାରୀ ଗ୍ରୁପ୍‌କୁ ପ୍ରଧାନମନ୍ତ୍ରୀ ମୋଦି ବ୍ୟକ୍ତିଗତ ଭାବେ ନିର୍ଦ୍ଦେଶ ଦେଇଥିବା ୨୦୧୬ ଏପ୍ରିଲ ୪ରେ ପାନାମା ପେପର ଲିକ୍‌ ଘଟଣାର ଜବାବରେ ଅର୍ଥ ମନ୍ତ୍ରଣାଳୟ କହିଥିଲା। ୨୦୧୬ ସେପ୍ଟେମ୍ବର ୫ରେ ଚାଇନାରେ ହଙ୍ଗଝୋଉରେ ଜି୨୦ ସମିଟ୍‌ରେ ଆର୍ଥତ୍କ ଅପରାଧୀଙ୍କ ନିରାପଦ ଭୂସ୍ବର୍ଗକୁ ଧ୍ୱଂସ କରାଯିବା ଆବଶ୍ୟକ ବୋଲି ମୋଦି କହିଥିଲେ। ସେମାନଙ୍କୁ ଚିହ୍ନଟ କରିବା ଏବଂ ମନିଲଣ୍ଡରମାନଙ୍କୁ ପ୍ରତ୍ୟର୍ପଣ କରିଆଣି କାର୍ଯ୍ୟାନୁଷ୍ଠାନ କରିବା ସହ ଦୁର୍ନୀତିକୁ ଲୁଚାଉଥବା ଅତ୍ୟଧିକ ବ୍ୟାଙ୍କ ଗୋପନୀୟତା ଏବଂ ଜଟିଳ ଅନ୍ତର୍ଜାତୀୟ ନିୟମାବଳୀକୁ ରଦ୍ଦ କରିବା ପାଇଁ ମୋଦି ଆହ୍ବାନ ଦେଇଥିଲେ। ଏବେ ‘ଆମେ ଆଦାନୀଙ୍କର କିଏ’ ବୋଲି କହି ମୋଦି ସରକାର ଉପରୋକ୍ତ ପ୍ରଶ୍ନକୁ ଏଡ଼ାଇଯାଇପାରିବେ ନାହିଁ ବୋଲି ଜୟରାମ କହିଛନ୍ତି।
ସୂଚନାଯୋଗ୍ୟ, ଆଦାନୀ ଗ୍ରୁପ୍‌ ବିରୋଧରେ ଅଭିଯୋଗକୁ ନେଇ ବିରୋଧୀ ଦଳ କଂଗ୍ରେସ କେନ୍ଦ୍ର ସରକାରଙ୍କ ରବିବାର କଡ଼ା ସମାଲୋଚନା କରିଛି। ଏହି ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କ ନୀରବତାରୁ ଗୋପନ ବୁଝାମଣାର ଗନ୍ଧ ଆସୁଛି ବୋଲି କଂଗ୍ରେସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri