ବିଭିନ୍ନ ଦାବି ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ):ସୋରଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋରଡ଼ା ଏବଂ ବେଲଗୁଣ୍ଠାରେ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ନାରୀ ସୁରକ୍ଷା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏହି ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏଥିସହ ବର୍ଦ୍ଧିତ ଗ୍ୟାସ ଦର ପ୍ରତ୍ୟାହାର ସମେତ ପ୍ରମୁଖ ଦାବି ନେଇ ଏହି ଶୋଭାଯାତ୍ରା ହୋଇଥିଲା । ଗଞ୍ଜାମ ଜିଲା କଂଗ୍ରେସ କମିଟି ପଶ୍ଚିମ ର ଆହ୍ବାନ କ୍ରମେ ଏହି ଶୋଭାଯାତ୍ରା ହୋଇଥିଲା। ଦଳୀୟ କର୍ମୀମାନେ ମଶାଲ ଧରି ସହରର ବିଭିନ୍ନ ଅଞ୍ଚଳ ପରିକ୍ରମା କରିବା ସହ ରାଜ୍ୟ ଓ କେନ୍ଦ୍ରର ଭାଜପା ସରକାର ବିରୁଦ୍ଧରେ ସ୍ଲୋଗାନ ଦେଇଥିଲେ। ଆନ୍ଦୋଳନର ନେତୃତ୍ୱ କଂଗ୍ରେସ ବିଧାୟକ ପ୍ରାର୍ଥୀ ହରେକୃଷ୍ଟ ରଥ, ଜଗନ୍ନାଥପ୍ରସାଦ ପୁର୍ବତନ ବ୍ଲକ କଂଗ୍ରେସ ସଭାପତି ବିଦ୍ୟାଧର ପ୍ରଧାନ ପ୍ରମୁଖ ନେଇଥିଲେ । ଆମ ମା’- ଆମ ସମ୍ମାନ, ଆମ ଗର୍ବ ଓ ଆମ ପରିବାର ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ। ବିଗତ କିଛି ମାସ ମଧ୍ୟରେ ରାଜ୍ୟରେ ୬୦ ହଜାରରୁ ଉର୍ଦ୍ଧ ନାରୀ, ଶିଶୁ, ନାବାଳିକା ନିଖୋଜ ହୋଇଛନ୍ତି । ସେମାନଙ୍କୁ ତୁରନ୍ତ ଖୋଜି ବାହାର କରିବା ଦାବି ନେଇ ଆନ୍ଦୋଳନ ହୋଇଥିଲା। ସରକାର ନିଖୋଜ ସମସ୍ତଙ୍କୁ ତୁରନ୍ତ ଖୋଜି ବାହାର କରନ୍ତୁ, ନଚେତ୍‌ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର କରାଯିବ ବୋଲି କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri