କୃଷି ଆଇନ ବିରୋଧରେ କଂଗ୍ରେସର ଟ୍ରାକ୍ଟର ରାଲି

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): କେନ୍ଦ୍ରର କୃଷି ଆଇନକୁ ପଞ୍ଜାବ ଏବଂ ହରିୟାଣାରେ ଜୋରଦାର ବିରୋଧରେ ପରେ ଓଡିଶାରେ ମଧ୍ୟ କଂଗ୍ରେସ ସମାନ ପନ୍ଥା ଆପଣାଇଛି। ଏହାକୁ ବିରୋଧ କରି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କ୍ଷେତ ବଞ୍ଚାଓ ଯାତ୍ରା କରାଯାଇଛି। ଏହାକୁ ନେଇ ସୋମବାର ଭୁବନେଶ୍ୱରରୁ ଦଳର ନେତା ଓ କର୍ମୀମାନେ ଏକ ଟ୍ରାକ୍ଟର ରାଲି କରିଛନ୍ତି। ଏକାଧିକ ଟ୍ରାକ୍ଟର ଯୋଗେ କଂଗ୍ରେସ ଭବନରୁ ନେତା ଓ କର୍ମୀମାନେ ବାହାରି କଟକ କଂଗ୍ରେସ ଅଫିସରେ ପହଞ୍ଚିଥିଲେ। ଏଥିରେ ଓଡିଶା ପ୍ରଭାରୀ ଏ ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। କେନ୍ଦ୍ର ସରକାର ଦେଶର କୃଷି, କୃଷକ ଓ ଶ୍ରମିକମାନଙ୍କ ସ୍ବାର୍ଥକୁ ସମ୍ପୂର୍ଣ୍ଣ ଅଣଦେଖା ସହ ୩ ବିଧେୟକ ପାର୍ଲାମେଣ୍ଟରେ ଗୃହୀତ କରି ଆଇନ୍‌ରେ ପରିଣତ କରିଛନ୍ତି। ଏହି ଅବସରରେ ପିସିସି ସଭାପତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତି ବିରୋଧରେ କହିଥିଲେ, ଯଦି ଚାଷୀଙ୍କ ପ୍ରତି ସରକାରଙ୍କ ଆନ୍ତରିକତା ଅଛି, ତେବେ ଛତିଶଗଡ ସରକାରଙ୍କ ଭଳି ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଓଡିଶାରେ ୨୫୦୦ ଟଙ୍କା କରାଯାଉ। ୨୫୦୦ ଟଙ୍କା ତଳକୁ ଯିଏ କିଣିବ ବା ବିକ୍ରି କରିବ, ସେମାନଙ୍କ ପ୍ରତି ଜେଲ୍‌ ସହିତ ଅର୍ଥ ଦଣ୍ଡାଦେଶର ନିୟମ ପାର୍ଲାମେଣ୍ଟରେ ଗୃହୀତ ହୋଇଥିବା କୃଷି ବିଧେୟକରେ ଆଣାଯିବ କି ବୋଲି ସେ ପ୍ରଶ୍ନ କରିଛନ୍ତି। ରାଜ୍ୟବାସୀ ଜାଣିସାରିଲେଣି, ବିଜେଡି ଓ ଭାଜପା ଏବେ ମିଶି ଏକ। ସେମିତି ହୋଇ ନ ଥିଲେ କେନ୍ଦ୍ର ସରକାରଙ୍କ ଯେ କୌଣସି ପ୍ରସ୍ତାବକୁ ବିଜେଡି ସମର୍ଥନ କରନ୍ତା ନାହିଁ ବୋଲି ନିରଞ୍ଜନ କହିଛନ୍ତି। କଟକ କଂଗ୍ରେସ କାର୍ଯ୍ୟାଳୟରେ ରାଲି ପହଞ୍ଚିବା ପରେ ନୂତନ କାର୍ଯ୍ୟାଳୟକୁ ଚେଲାକୁମାର ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

ମନନ ମିଶ୍ରାଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରିବ CJP! ଜାଣନ୍ତୁ ସେ କିଏ, ଆଉ କାହିଁକି ତାଙ୍କୁ ଘେରିବେ ଅଭିଜିତ

ନୂଆଦିଲ୍ଲୀ,୧୪।୮: ଭାରତର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କୁ NALSAR ୟୁନିଭର୍ସିଟି ଅଫ ଲ’ର ଦୀକ୍ଷାନ୍ତ ସମାରୋହକୁ ଆମନ୍ତ୍ରଣ କରିବାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି।…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri