Posted inଜାତୀୟ

ଅନୁଚ୍ଛେଦ ୩୫୫ ଲାଗୁ ନେଇ କଂଗ୍ରେସ-ତୃଣମୂଳ ମୁହାଁମୁହିଁ…

କୋଲକାତା, ୨୮।୩ : ପଶ୍ଚିମବଙ୍ଗରେ ଅନୁଚ୍ଛେଦ ୩୫୫ ଲାଗୁ କରିବାକୁ ନେଇ ଏବେ କଂଗ୍ରେସ ଏବଂ ତୃଣମୂଳ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ରାଜ୍ୟ କଂଗ୍ରେସ କମିଟି ଅଧ୍ୟକ୍ଷ ଅଧୀର ରଞ୍ଜନ ଚୌଧୁରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଶାସନରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିଥିବା ଅଭିଯୋଗ କରି ରାଜ୍ୟରେ ଅନୁଚ୍ଛେଦ ୩୫୫ କାର୍ଯ୍ୟକାରୀ କରିବାକୁ କହିଛନ୍ତି। ଛାତ୍ର ନେତା ଆନିସ ଖାଁଙ୍କ ରହସ୍ୟମୟ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରି ଫେବୃଆରୀରେ କାଦମତାଲା ଠାରୁ ଏସପ୍ଲାନେଡ ଅଞ୍ଚଳକୁ ଏକ ପଦଯାତ୍ରା କରିଥିଲେ।

ଗୋଟିଏ ପରେ ଗୋଟିଏ ଘଟଣା ପଶ୍ଚିମବଙ୍ଗରେ ଘଟୁଛି। ମାତ୍ର ଶାସକ ଦଳ ଏହାକୁ ନିୟନ୍ତ୍ରଣ କରି ପାରୁ ନ ଥିବା ସେ କହିଛନ୍ତି। ଛାତ୍ର ନେତା ଅନିସ ଖାଁଙ୍କୁ ତାଙ୍କ ଘରର ତୃତୀୟ ମହଲାରୁ ଠେଲି ଦିଆଯାଇଥିଲା ଏବଂ ପ୍ରକୃତ ଅପରାଧୀଙ୍କୁ ତଦନ୍ତରେ ସୁରକ୍ଷା ପ୍ରଦାନ କରାଯାଉଥିବା ସେ ଅଭିଯୋଗ କରିଛନ୍ତି।

ଏହା ପରେ ବୀରଭୂମ ଜିଲାର ରାମପୁରହାଟରେ ଏକ ବର୍ବର ଘଟଣା ଘଟିଥିଲା ଯେଉଁଥିରେ ମହିଳା ଓ ଶିଶୁଙ୍କ ସମେତ ଆଠ ଜଣ ଲୋକ ପୋଡି ପାଉଁଶ ହୋଇଯାଇଥିଲେ। ଝାଲଦା ମ୍ୟୁନିସିପାଲିଟିର କାଉନସିଲର ତପନ କାଣ୍ଡୁଙ୍କୁ ଗୁଳି କରାଯାଇଥିଲା କିନ୍ତୁ ବର୍ତ୍ତମାନ ସୁଦ୍ଧା କୌଣସି ଉପଯୁକ୍ତ ଅନୁସନ୍ଧାନ କରାଯାଇ ନାହିଁ।

ଏହି ସମସ୍ତ ଘଟଣା ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ଶାସକ ତୃଣମୂଳର ଅପାରଗତାକୁ ସୂଚିତ କରୁଥିବା ସେ କହିଛନ୍ତି। ଲୋକ ସଭାରେ ଅଧିର ଗଣମାଧ୍ୟମକୁ କହିଛନ୍ତି ଯେ ଏହି ପରିସ୍ଥିତିରେ କଂଗ୍ରେସ ପଶ୍ଚିମବଙ୍ଗରେ ଅନୁଚ୍ଛେଦ ୩୫୫ ଲାଗୁ କରିବା ସପକ୍ଷରେ ଅଛି।

ରାଜ୍ୟରେ ଶାସକ ଦଳ ସରକାର ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି। ସମ୍ବିଧାନର ଧାରା ୩୫୫ଜରୁରୀକାଳୀନ ପରିସ୍ଥିତିକୁ ନିୟନ୍ତ୍ରଣ କରିଥାଏ। ପଶ୍ଚିମବଙ୍ଗରେ ଧାରା ୩୫୫ଲାଗୁ କରିବା ପ୍ରସଙ୍ଗରେ କେନ୍ଦ୍ରୀୟ ନେତୃତ୍ୱର ନିରବତା ନେଇ ଅଧିର ଭାଜପା ସରକାରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?