Posted inଜାତୀୟ

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ କଂଗ୍ରେସ ନେତା ତଥା ଡେମୋକ୍ରାଟିକ ପ୍ରୋଗ୍ରେସିଭ ଆଜାଦ ପାର୍ଟି (DPAP) ସଭାପତି ଗୁଲାମ ନବୀ ଆଜାଦ।

ସେ କହିଛନ୍ତି, ବେଳେ ବେଳେ ମୁଁ ସନ୍ଦେହ କରେ ଯେ ଭାଜପା ସହିତ କଂଗ୍ରେସ ମିଶି ଯାଇଛି। କଂଗ୍ରେସରେ ଥିବା ବ୍ୟବସ୍ଥାକୁ ପରିବର୍ତ୍ତନ କରିବାକୁ ୨୩ ଜଣ ନେତା ଲଢେଇ କରିଥିଲେ। କିନ୍ତୁ ଦଳର ନେତୃତ୍ୱ ସେମାନଙ୍କ କଥା ଶୁଣି ନ ଥିଲେ। ଯେତେବେଳେ ପ୍ରସଙ୍ଗ ଉଠାଗଲା, ସେତେବେଳେ ସେମାନେ (କଂଗ୍ରେସ ନେତୃତ୍ୱ) କହିଲେ ଯେ, ସେମାନେ (୨୩ ନେତା) ଭାଜପାର ଭାଷା କହୁଛନ୍ତି। ବେଳେ ବେଳେ ମୁଁ ଅନୁଭବ କରେ ସେମାନେ (କଂଗ୍ରେସ) ଚାହାଁନ୍ତି ଯେ ଭାଜପା ବିଜୟୀ ହେଉ।

ଗୁଲାମ ନବୀ ଆଜାଦ ଆହୁରି କହିଛନ୍ତି, ସାରା ଦେଶ ପାଇଁ ଗରିବୀ, ବେକାରୀ ଓ ମୁଦ୍ରାସ୍ଫୀତି ନିୟନ୍ତ୍ରଣ ହେଉଛି ପ୍ରସଙ୍ଗ। ଯେ କୌଣସି ଦଳ କ୍ଷମତାକୁ ଆସନ୍ତୁ ସେମାନଙ୍କ ପାଇଁ ଗରିବୀ ଓ ବେକାରୀ ଦୂର କରିବା ସବୁଠୁ ବଡ଼ ପ୍ରସଙ୍ଗ। ତା’ସହିତ ମୁଦ୍ରାସ୍ଫୀତି ହ୍ରାସ କରିବା ସେମାନଙ୍କ ପାଇଁ ବଡ଼ ପ୍ରସଙ୍ଗ। ଧର୍ମ ଆଧାରରେ ନୁହେଁ, ବିକାଶ ଆଧାରରେ ନିର୍ବାଚନ ଲଢାଯାଏ।
ଏହି ରାଜନେତାମାନଙ୍କ ଯୋଗୁ ଜମ୍ମୁ ଓ କଶ୍ମିରରେ ଏକ ଲକ୍ଷ ଲୋକଙ୍କୁ ହତ୍ୟା କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri