Posted inଜାତୀୟ

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ ନାସିମ ଖାନ ଦଳ ଉପରେ ପ୍ରବଳ ବର୍ଷିଛନ୍ତି। ସେ କଂଗ୍ରେସର ପ୍ରଚାର କମିଟିରୁ ଇସ୍ତଫା ଦେବା ସହ ଦଳକୁ ସିଧା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଦଳକୁ ମୁସଲିମ୍‌ ଭୋଟ ଦରକାର କିନ୍ତୁ ପ୍ରାର୍ଥୀ ନୁହେଁ।

ନାସିମ ଖାନ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଏକ ଚିଠି ଲେଖି କହିଛନ୍ତି, ସେ ଲୋକ ସଭା ନିର୍ବାଚନ ପାଇଁ ପ୍ରଚାର କରିବେ ନାହିଁ କାରଣ ମହା ବିକାଶ ଆଗାଡି (ଏମଭିଏ) ଦଳ କୌଣସି ମୁସଲମାନଙ୍କୁ ପ୍ରାର୍ଥୀ କରି ନାହିଁ। ମହାରାଷ୍ଟ୍ରର ମୋଟ ୪୮ଟି ଲୋକ ସଭା ଆସନ ମଧ୍ୟରୁ MVA ଗୋଟିଏ ବି ମୁସଲମାନ ପ୍ରାର୍ଥୀ ଚୟନ କରି ନାହିଁ। ମହାରାଷ୍ଟ୍ରର ବହୁ ମୁସଲମାନ ସଂଗଠନ, ନେତା ତଥା ଦଳର କର୍ମୀ ଆଶା କରୁଛନ୍ତି ଯେ, ସଂଖ୍ୟାଲଘୁ ସମ୍ପ୍ରଦାୟର ଅନ୍ତତଃ ପକ୍ଷେ ଜଣେ ପ୍ରାର୍ଥୀ ହେବା ଉଚିତ। କିନ୍ତୁ ଦୁର୍ଭାଗ୍ୟବଶତ ତାହା ହୋଇନାହିଁ।

ଦଳର ସମସ୍ତ ନେତା ଓ କର୍ମୀ ମୋତେ ପଚାରୁଛନ୍ତି, କଂଗ୍ରେସ ମୁସଲମାନ ଭୋଟ ଚାହୁଁଛି ହେଲେ ସେହି ସମ୍ପ୍ରଦାୟର ପ୍ରାର୍ଥୀଙ୍କୁ ଟିକେଟ୍‌ ଦେଉନାହିଁ। ଆଉ ଏହି ସବୁ କାରଣରୁ ମୁଁ ମୁସଲମାନମାନଙ୍କ ସାମ୍ନା କରିପାରିବି ନାହିଁ ଏବଂ ତାଙ୍କୁ ଜବାବ ଦେବାକୁ ମୋ ପାଖରେ କୌଣସି ଉତ୍ତର ନାହିଁ। ଏଥିପାଇଁ ମହାରାଷ୍ଟ୍ର କଂଗ୍ରେସ ଅଭିଯାନ କମିଟିରୁ ଇସ୍ତଫା ଦେଉଛନ୍ତି ବୋଲି ଆରିଫ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri