Posted inଜାତୀୟ

କଂଗ୍ରେସର ଓ୍ବାରେଣ୍ଟି ଶେଷ ହୋଇଛି, ତାହାର ଗ୍ୟାରେଣ୍ଟିକୁ କେହି କରିବେନି ବିଶ୍ୱାସ: ମୋଦିଙ୍କ କଟାକ୍ଷ…

ନୂଆଦିଲ୍ଲୀ,୨୭।୪ : କର୍ନାଟକ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ସମସ୍ତ ଦଳ ନିଜର ପ୍ରଚାର ଅଭିଯାନକୁ ତ୍ୱରାନ୍ବିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର କର୍ମୀଙ୍କୁ ଭେଟି ଭାଜପା ଜିତିବାରେ ସାହାଯ୍ୟ କରିବାକୁ ସେମାନଙ୍କୁ ଗୁରୁ ମନ୍ତ୍ର ଦେଇଛନ୍ତି। ପ୍ରଧାନମନ୍ତ୍ରୀ କର୍ମୀମାନଙ୍କୁ କହିଛନ୍ତି, ଭାଜପା ଜିତିବାରେ କେବଳ ସେମାନେ ହିଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଏକ ଭର୍ଚୁଆଲ ବୈଠକରେ ଯୋଗଦେଇ କର୍ମୀଙ୍କୁ ଘର ଘର ବୁଲିବାକୁ କହିଛନ୍ତି। ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବିକାଶ କିପରି ହୋଇଛି ତାହା ଲୋକଙ୍କୁ ଜଣାଇବାକୁ ପଡିବ।

ତାଙ୍କ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି କଂଗ୍ରେସ ଯୁଗରେ ବିକାଶ ପରିବର୍ତ୍ତେ କେବଳ ଦୁର୍ନୀତି ବିଷୟରେ ଆଲୋଚନା ହୋଇଥିଲା। ୭୦ବର୍ଷର କଂଗ୍ରେସ ସରକାର ଅପେକ୍ଷା ଆମ ସରକାରର ୧୦ବର୍ଷର କାମ ଅଧିକ ରହିଛି।

କଂଗ୍ରେସର ନିଜସ୍ବ ୱାରେଣ୍ଟି ବର୍ତ୍ତମାନ ଶେଷ ହୋଇଛି, ତେଣୁ ଏହାର ଗ୍ୟାରେଣ୍ଟି ଉପରେ କେହି ବିଶ୍ୱାସ କରିବେ ନାହିଁ। କଂଗ୍ରେସ ଏବେ ଦୁର୍ନୀତି ଏବଂ ମିଥ୍ୟା ପ୍ରତିଶ୍ରୁତିର ଏକ ଦଳ ପାଲଟିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri