Posted inଜାତୀୟ

କର୍ନାଟକରେ କଂଗ୍ରେସର ଲହର, ଭାଜପା ଉପରେ ଲୋକେ ଅସନ୍ତୁଷ୍ଟ: ଗେହଲୋଟ…

ବେଙ୍ଗାଲୁରୁ,୨।୫ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କନର୍ର୍ାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ପାଇଁ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ସେ ଟୁଇଟ କରି କହିଛନ୍ତି, ମୁଁ କର୍ନାଟକରେ ଏକ କଂଗ୍ରେସ ଲହର ଦେଖୁଛି, କାରଣ ଲୋକମାନେ ଭଜାପାର ମନଗଢ଼ା କଥା ଦ୍ୱାରା ଅସନ୍ତୁଷ୍ଟ ହୋଇଯାଇଛନ୍ତି। ସେମାନେ ଏକ ଦଳ ଚାହାଁନ୍ତି ଯାହାକୁ ସେମାନେ ବିଶ୍ୱାସ କରିପାରିବେ। ସମାନ ସ୍ଥିତି କର୍ନାଟକ ଏବଂ ରାଜସ୍ଥାନର ରହିଛି।

ମାଙ୍ଗାଲୁରୁରେ ସାଧାରଣ ସଭାକୁ ସମ୍ବୋଧିତ କରି ସେ ବେଙ୍ଗାଲୁରୁରୁ ବିଦାୟ ନେଇଛନ୍ତି। ଅନ୍ୟପକ୍ଷରେ ରାଜସ୍ଥାନ କଂଗ୍ରେସ ୟୁନିଟ ମୁଖ୍ୟ ଗୋବିନ୍ଦ ସିଂ ଦୋଟାସରା ବେଙ୍ଗାଲୁରୁର ଗାନ୍ଧିନଗରରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ଦୋଟାସରା କହିଛନ୍ତି, କର୍ନାଟକକୁ ଲୁଟ କରିଥିବା ଭାଜପାର ଦୁର୍ନୀତି ମଡେଲ ବିରୋଧରେ ଜନସାଧାରଣ ନିଷ୍ପତ୍ତି ନେଇଛନ୍ତି। କର୍ନାଟକର ଲୋକମାନେ ଭାଜପାର ବିଶ୍ୱାସଘାତକତା ବିରୋଧରେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ଯାଉଛନ୍ତି। ଗାନ୍ଧିନଗରରେ କଂଗ୍ରେସ ପ୍ରାର୍ଥୀ ଦୀନେଶ ଗୁଣ୍ଡୁରାଓଙ୍କ ସମର୍ଥନରେ ଦୋଟାସରା ଏହି ରାଲିରେ ସମ୍ବୋଧିତ କରିଥିଲେ।

ଏହାପୂର୍ବରୁ ସିଏମ ଗେହଲୋଟ ବେଙ୍ଗାଲୁରୁରେ ଗଣମାଧ୍ୟମ ସହ କଥାବାର୍ତ୍ତା କରୁଥିବାବେଳେ ରାଜସ୍ଥାନର ଅନେକ ଜନ କଲ୍ୟାଣ ଯୋଜନା ବିଷୟରେ ଉଲ୍ଲେଖ କରିଥିଲେ। ସେ କହିଥିଲେ, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ସାମାଜିକ ସୁରକ୍ଷା ସମେତ ରାଜସ୍ଥାନର ଲୋକଙ୍କୁ ସବୁ ପ୍ରକାର ସୁବିଧା ଯୋଗାଇଦେବାକୁ କଂଗ୍ରେସ ଯୋଜନା କରିଛି। ଏହି ଯୋଜନାଗୁଡିକ ସମଗ୍ର ଦେଶରେ ଅନନ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri