ହୋଲି ପରେ ଓଡିଶାରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୧।୩: ଓଡିଶାରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଥମୁନାହିଁ। ଏନେଇ ଦୁଇ ଦଳର ଶୀର୍ଷ ନେତା ଠାରୁ ଆରମ୍ଭ କରି ଦଳୀୟ ନେତାଙ୍କ ଠାରୁ ହାଇକମାଣ୍ଡ ବିଭିନ୍ନ କଥା କହିଲେ ମଧ୍ୟ ଝୁଲାବସ୍ଥାରେ ମେଣ୍ଟ ରହିଛି। ଏହାରି ଭିତରେ ଆଜି ଅଖିଳ ଭାରତୀୟ କଂଗ୍ରେସ କମିଟି(ଏଆଇସିସି)ର ସାଧାରଣ ସଂପାଦକ କେ.ସି. ବେଣୁଗୋପାଳ ରାଜ୍ୟର ଲୋକ ସଭା ଓ ବିଧାନ ସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ବେଣୁଗୋପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ସମୀକ୍ଷା ବେଠକରେ ରାଜ୍ୟ ପିସିସି ସଭାପତି ଶରତ ପଟ୍ଟନାୟକ, ଏଆଇସିସିର ଓଡିଶା ପ୍ରଭାରୀ ଅଜୟ କୁମାର, ୩ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ମିନାକ୍ଷୀ ନଟରାଜନ, ହରକ ସିଂହ ରାୱତ ଓ ପରଗତ ସିଂହ, ଦୁଇଜଣ ସଚିବ ଖ୍ରୀଷ୍ଟଫର ତିଲକ ଓ ମହମ୍ମଦ ସାହାନୱାଜ ଚୌଧୁରୀ ଉପସ୍ଥିତ ରହିଛନ୍ତି।

ଏଆଇସିସି ମୁଖ୍ୟାଳୟରେ ହୋଇଥିବା ସମୀକ୍ଷା ବୈଠକରେ ଲୋକ ସଭା ଓ ବିଧାନ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ପ୍ରକ୍ରିୟା, ନିର୍ବାଚନ ପ୍ରଚାର, ସଂଗଠନ କାର୍ଯ୍ୟକ୍ରମ ତଥା ଦଳୀୟ ସ୍ଥିତି ସଂପର୍କରେ ବେଣୁଗୋପାଳଙ୍କ ସହ ଆଲୋଚନା ହୋଇଥିଲା। ହୋଲି ପରେ ଓଡିଶାରେ ପ୍ରାର୍ଥୀ ଚୟନ ପ୍ରକ୍ରିୟାକୁ ଚୂଡାନ୍ତ କରିବା ପାଇଁ ପୁଣିଥରେ ସ୍କ୍ରିନିଂ କମିଟି ବୈଠକ ବସିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍‌ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri