Posted inଜାତୀୟ

ରାମଲିଳା ମଇଦାନରେ କଂଗ୍ରେସ କରିବ ବିରୋଧ ପ୍ରଦର୍ଶନ, ମହଙ୍ଗାମାଡ, ବେକାରୀ ସମସ୍ୟାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବେ ରାହୁଲ

ନୂଆଦିଲ୍ଲୀ,୪ ।୯: କଂଗ୍ରେସ ସେପ୍ଟେମ୍ବର ୭ରୁ ଆରମ୍ଭ କରୁଛି ‘ଭାରତ ଯୋଡୋ ଯାତ୍ରା’ । ଏହା ପୂର୍ବରୁ ରବିବାର କଂଗ୍ରେସ ପକ୍ଷରୁ ରାମଲିଳା ମଇଦାନରେ ବିରୋଧ ପ୍ରଦର୍ଶନ କରିବାକୁ ଯାଉଛି । ଏଥିରେ କଂଗ୍ରେସ ବେକାରୀ ସମସ୍ୟା , ବର୍ଦ୍ଧିତ ଦରଦାମ, ଜିଏସଟି ଆଦିକୁ ବିରୋଧ କରି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବ । ରବିବାର ହେବାକୁ ଯାଉଥିବା ଏହି ବିରୋଧ ପ୍ରଦର୍ଶନରେ ବହୁ ସଂଖ୍ୟାରେ ଜନତା ଯୋଗ ଦେବେ ବୋଲି କଂଗ୍ରେସ ଦାବି କରିଛି । ତେବେ ଏହି ରାଲିରେ ସାମିଲ ହେବାକୁ ସାରା ଦେଶରୁ କଂଗ୍ରେସ କର୍ମୀ ଦିଲ୍ଲୀରେ ପହଞ୍ଚୁଥିବା ଦେଖାଯାଇଛି ।
କଂଗ୍ରେସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଲିର ଠିକ ପୂର୍ବରୁ ଅର୍ଥାତ୍ ପ୍ରାୟ ସକାଳ ୧୧ଟାରେ କଂଗ୍ରେସ ମୁଖ୍ୟାଳୟରେ କେତେଜଣ ବରିଷ୍ଠ ନେତା ଏକାଠି ହେବେ । ଏଠାରୁ ସମସ୍ତେ ବସ ଯୋଗେ ରାମଲିଳା ମଇଦାନରେ ପହଞ୍ଚିବେ । ଗୋଟିଏ ପଟେ କଂଗ୍ରେସ ରାଲି ପାଇଁ ପ୍ରସ୍ତୁତ ହୋଇଯାଇଥିବା ବେଳେ ଅନ୍ୟପଟେ ପୋଲିସ ବି ସୁରକ୍ଷା ଦୃଷ୍ଟିରୁ ସମସ୍ତ ବନ୍ଦୋବସ୍ତ କରି ନେଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri