Posted inଜାତୀୟ

ଭାଜପାରେ ଯୋଗ ଦେଇଥିବା ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ମାମଲା ଆଣିବ କଂଗ୍ରେସ…

ପଣଜୀ,୧।୧୧ : ନିକଟରେ ଗୋଆ କଂଗ୍ରେସ ଏକ ବଡ଼ ଧରଣର ସଙ୍କଟର ସମ୍ମୁଖୀନ ହୋଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଦିଗମ୍ବର କାମତ ଏବଂ ବିରୋଧୀ ଦଳର ନେତା ମାଇକେଲ ଲୋବୋଙ୍କ ସମେତ ଆଠ ଜଣ କଂଗ୍ରେସ ବିଧାୟକ ଦଳ ପରିବର୍ତ୍ତନ କରି ଭାଜପାରେ ଯୋଗ ଦେଇଥିଲେ। ଏଥି ସହିତ ବର୍ତ୍ତମାନ ଗୋଆ କଂଗ୍ରେସ ଏହି ପ୍ରସଙ୍ଗରେ ଏକ ବଡ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛି। ମଙ୍ଗଳବାର କଂଗ୍ରେସର ଗୋଆ ୟୁନିଟ କହିଛି ଯେ ନିକଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ରେ ଯୋଗ ଦେଇଥିବା ଆଠ ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ମାମଲାରେ ଆବେଦନ ଦାଖଲ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ରାଜ୍ୟ କଂଗ୍ରେସ ଅଧ୍ୟକ୍ଷ ଅମିତ ପାଟକର କହିଛନ୍ତି ଯେ ଅଯୋଗ୍ୟତା ଆବେଦନ ପାଇଁ ଦଳ ବାଚସ୍ପତିଙ୍କ କାର୍ଯ୍ୟାଳୟରୁ ଆବଶ୍ୟକ କାଗଜପତ୍ର ଗ୍ରହଣ କରିଛି। ପାଟକର କହିଛନ୍ତି ଯେ ପୂର୍ବତନ ସୋଲିସିଟର ଜେନେରାଲ ତଥା ବର୍ତ୍ତମାନର କଂଗ୍ରେସ ବିଧାୟକ କାର୍ଲୋସ ଆଲଭାରେସ ଫେରେରା ଏହି ଆବେଦନ କରିବେ। ଏହା ଶୀଘ୍ର ଦାଖଲ ହେବ।

ସୂଚନାଯୋଗ୍ୟ, ସେପ୍ଟେମ୍ବରରେ କଂଗ୍ରେସର ୧୧ ଜଣ ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗଦେବା ପରେ ଗୋଆ ବିଧାନସଭାରେ କଂଗ୍ରେସର ଶକ୍ତି ତିନିକୁ ଖସି ଆସିଛି। କଂଗ୍ରେସରୁ ଭାଜପାରେ ଯୋଗ ଦେଇଥିବା ବିଧାୟକମାନଙ୍କ ମଧ୍ୟରେ ଦିଗମ୍ବର କାମାଟ, ମାଇକେଲ ଲୋବୋ, ଡି ଲୋବୋ, ରାଜେଶ ଫଲଦେସାଇ, କେଦାର ନାୟକ, ସଙ୍କଳ୍ପ ଅମୋନକର, ଆଲେକ୍ସୋ ସେକିରା ଏବଂ ରୁଡାଲ୍ଫ ଫର୍ଣ୍ଣାଣ୍ଡିସ ଅଛନ୍ତି। ଏହି ସମସ୍ତ ବିଧାୟକ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଥିଲେ।

ଏହା ପୂର୍ବରୁ ୨୦୧୯ ରେ ମଧ୍ୟ ଭାଜପା କଂଗ୍ରେସକୁ ସମାନ ଝଟକା ଦେଇଥିଲା। ଜୁଲାଇ ୨୦୧୯ ରେ, ୧୦ ଜଣ କଂଗ୍ରେସ ବିଧାୟକ ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri