Posted inଜାତୀୟ

ଭାଜପାରେ ଯୋଗ ଦେଇଥିବା ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ମାମଲା ଆଣିବ କଂଗ୍ରେସ…

ପଣଜୀ,୧।୧୧ : ନିକଟରେ ଗୋଆ କଂଗ୍ରେସ ଏକ ବଡ଼ ଧରଣର ସଙ୍କଟର ସମ୍ମୁଖୀନ ହୋଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଦିଗମ୍ବର କାମତ ଏବଂ ବିରୋଧୀ ଦଳର ନେତା ମାଇକେଲ ଲୋବୋଙ୍କ ସମେତ ଆଠ ଜଣ କଂଗ୍ରେସ ବିଧାୟକ ଦଳ ପରିବର୍ତ୍ତନ କରି ଭାଜପାରେ ଯୋଗ ଦେଇଥିଲେ। ଏଥି ସହିତ ବର୍ତ୍ତମାନ ଗୋଆ କଂଗ୍ରେସ ଏହି ପ୍ରସଙ୍ଗରେ ଏକ ବଡ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛି। ମଙ୍ଗଳବାର କଂଗ୍ରେସର ଗୋଆ ୟୁନିଟ କହିଛି ଯେ ନିକଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ରେ ଯୋଗ ଦେଇଥିବା ଆଠ ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ମାମଲାରେ ଆବେଦନ ଦାଖଲ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ରାଜ୍ୟ କଂଗ୍ରେସ ଅଧ୍ୟକ୍ଷ ଅମିତ ପାଟକର କହିଛନ୍ତି ଯେ ଅଯୋଗ୍ୟତା ଆବେଦନ ପାଇଁ ଦଳ ବାଚସ୍ପତିଙ୍କ କାର୍ଯ୍ୟାଳୟରୁ ଆବଶ୍ୟକ କାଗଜପତ୍ର ଗ୍ରହଣ କରିଛି। ପାଟକର କହିଛନ୍ତି ଯେ ପୂର୍ବତନ ସୋଲିସିଟର ଜେନେରାଲ ତଥା ବର୍ତ୍ତମାନର କଂଗ୍ରେସ ବିଧାୟକ କାର୍ଲୋସ ଆଲଭାରେସ ଫେରେରା ଏହି ଆବେଦନ କରିବେ। ଏହା ଶୀଘ୍ର ଦାଖଲ ହେବ।

ସୂଚନାଯୋଗ୍ୟ, ସେପ୍ଟେମ୍ବରରେ କଂଗ୍ରେସର ୧୧ ଜଣ ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗଦେବା ପରେ ଗୋଆ ବିଧାନସଭାରେ କଂଗ୍ରେସର ଶକ୍ତି ତିନିକୁ ଖସି ଆସିଛି। କଂଗ୍ରେସରୁ ଭାଜପାରେ ଯୋଗ ଦେଇଥିବା ବିଧାୟକମାନଙ୍କ ମଧ୍ୟରେ ଦିଗମ୍ବର କାମାଟ, ମାଇକେଲ ଲୋବୋ, ଡି ଲୋବୋ, ରାଜେଶ ଫଲଦେସାଇ, କେଦାର ନାୟକ, ସଙ୍କଳ୍ପ ଅମୋନକର, ଆଲେକ୍ସୋ ସେକିରା ଏବଂ ରୁଡାଲ୍ଫ ଫର୍ଣ୍ଣାଣ୍ଡିସ ଅଛନ୍ତି। ଏହି ସମସ୍ତ ବିଧାୟକ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଥିଲେ।

ଏହା ପୂର୍ବରୁ ୨୦୧୯ ରେ ମଧ୍ୟ ଭାଜପା କଂଗ୍ରେସକୁ ସମାନ ଝଟକା ଦେଇଥିଲା। ଜୁଲାଇ ୨୦୧୯ ରେ, ୧୦ ଜଣ କଂଗ୍ରେସ ବିଧାୟକ ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri