ବ୍ଲକରେ ମହାଦୁର୍ନୀତି: ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ମୋରଡ଼ା,୨ା୭(ସ୍ମାରକ ମାଝି): ରବିବାର ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ଅନ୍ତର୍ଗତ ପାକଟିଆ ପଞ୍ଚାୟତ ବ୍ଲକ କଂଗ୍ରେସ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କଂଗ୍ରେସ ସମ୍ପାଦକ ପ୍ରଭାସକର ମହାପାତ୍ରଙ୍କ ନେତୃତ୍ୱରେ ବ୍ଲକର ୧୬ ପଞ୍ଚାୟତର ପୁରୁଖା କଂଗ୍ରେସ କର୍ମୀମାନେ ଏଥିରେ ଯୋଗ ଦେଇ ଶୁଳିଆପଦା ବ୍ଲକରେ ହୋଇଥିବା ବିଭିନ୍ନ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ କରାଯିବା ସହିତ ବ୍ଲକ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯିବ ବୋଲି ସୂଚନା ଦେଇଥିଲେ।

ବ୍ଲକରେ ମୃତ ହିତାଧିକାରୀଙ୍କ ନାମରେ ଉଠାଣ ହୋଇଥିବା ଭତ୍ତା ଟଙ୍କା,ଉନ୍ନୟନମୂଳକ କାର୍ଯ୍ୟରେ ଅନୁମୋଦିତ ବ୍ୟୟ ଅଟକଳ ମୂଲ୍ୟଠାରୁ ଅଧିକ କାର୍ଯ୍ୟ କରିଥିବା ଦର୍ଶାଇ ଟଙ୍କା ଉଠାଣ, କାର୍ଯ୍ୟ ନ କରି ଜବ୍‌କାର୍ଡ ମାଧ୍ୟମରେ ଲୁଟ୍‌ ହୋଇଥିବା ଟଙ୍କା, ନିମ୍ନମାନର କାର୍ଯ୍ୟ ହୋଇଥିବା, କାର୍ଯ୍ୟ ଆଦୌ ନ କରି ବିଲ ପୈଠ ହୋଇଥିବା ଇତ୍ୟାଦି ବାବଦରେ ତଦନ୍ତ ପାଇଁ ଗତ ମେ’ ୩୦ରେ ବ୍ଲକ କଂଗ୍ରେସ ପକ୍ଷରୁ ଏକ ଦାବିପତ୍ର ଦିଆଯାଇଥିଲା l କିନ୍ତୁ ଦୁଇ ମାସ ବିତି ଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ତଦନ୍ତ କରାଯାଇନାହିଁ କି ତଦନ୍ତ ରିପୋର୍ଟ ସାର୍ବଜନୀନ ହୋଇନାହିଁ କହିଛନ୍ତି ଶ୍ରୀ ମହାପାତ୍ର। ତେଣୁ ଚଳିତ ମାସ ୧୩ ତାରିଖରେ ବ୍ଲକ କାର୍ଯ୍ୟାଳୟ ଆଗରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ଆନ୍ଦୋଳନ ତୀବ୍ରତର ହେବ ବୋଲି କହିଛି ବ୍ଲକ କଂଗ୍ରେସ କମିଟି। ଉକ୍ତ ବୈଠକରେ ବ୍ଲକର ବରିଷ୍ଠ କଂଗ୍ରେସ କର୍ମୀ ଧ୍ରୁବେନ୍ଦ୍ରନାଥ ସି,ଶୋଭାକର ମୁଖୀ,ମଣ୍ଟୁ କୁମାର ଦେଓ,ସରପଞ୍ଚ ସତ୍ୟବାନ ସି,ନିରଞ୍ଜନ ଦାସ,ସୁଜାତା ଦଳନାଏକ,ସବିତା ଧଳ,ଦୀପକ ସାଥୁଆ,ତ୍ରିନାଥ ନାଏକ,ସୁଶାନ୍ତ ଦେହୁରୀ,କବିର ଚନ୍ଦ୍ର ଗିରିଙ୍କ ସମେତ ବହୁ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri